‘ନାରୀ ସ୍ବୟଂସମ୍ପନ୍ନା ହେଲେ ହଟିବ ତାରତମ୍ୟ’

ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଗୋପବନ୍ଧୁ ଟାଉନ ହଲ୍‌ରେ ରବିବାର ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି। ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନ ଏବଂ ଇଶୋ ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲା ଦୌରାଜଜ୍‌ ତଥା ପ୍ରାଧିକରଣ ଅଧ୍ୟକ୍ଷ ମଳୟ ରଞ୍ଜନ ଦାଶ କହିଲେ, ଉଭୟ ମହିଳା ଏବଂ ପୁରୁଷମାନେ ସଚେତନ ହେବା ସହ ଆଚରଣରେ ପରିବର୍ତ୍ତନ ଆଣିବା ଆବଶ୍ୟକ। ନାରୀ ସ୍ବୟଂସମ୍ପନ୍ନା ହେଲେ ତାରତମ୍ୟ ହଟିବ। ସମ୍ମାନିତ ଅତିଥି ଅତିରିକ୍ତ ଜିଲାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ (ଭିଜିଲାନ୍ସ) ପ୍ରତିମା ପଣ୍ଡା କହିଲେ, ନାରୀଙ୍କୁ ଜାଗ୍ରତ କରାଇବା ମହିଳା ଦିବସର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ସେ ମହିଳାଙ୍କ ଅଧିକାର ଏବଂ ସେମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ରୋକିବା ଲାଗି ଥିବା ଆଇନଗତ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଲେ, ବାଲ୍ୟବିବାହ ଗୁରୁତର ଅପରାଧ। ଏହା ମାନସିକ ବ୍ୟାଧିରେ ପରିଣତ ହୋଇଛି। ମହିଳାଙ୍କୁ ସଶକ୍ତ କରାଇବାକୁ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି। ସମସ୍ତେ ନିଜ ସୀମାରେଖା ଭିତରେ ରହି କାମ କଲେ ନିଜକୁ ସୁରକ୍ଷିତ ରଖିପାରିବେ ବୋଲି ଜିଲାପାଳ ମତବ୍ୟକ୍ତ କରିଥିଲେ।
ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଏସ୍‌ପି ବିନୟକୃଷ୍ଣ କାମିଲା, ୟୁନିସେଫ୍‌ ଅଧିକାରୀ ଅଙ୍ଗୁରବାଳା ମିଶ୍ର, ମିଶନ ଶକ୍ତି ସଂଯୋଜିକା ମୋନାଲିସା ଭଞ୍ଜ, ଆଇନଜୀବୀ ସୁବାସିନୀ ମହାକୁଡ, ପ୍ରାଧିକରଣ ସଚିବ ସୁକାନ୍ତ କିଶୋର ଜେନା ମଞ୍ଚାସୀନ ଥିଲେ। ଏକ ସମୃଦ୍ଧ ସମାଜ ଗଠନରେ ନାରୀ ଓ ପୁରୁଷଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ମହିଳା ସଶକ୍ତ ହେଲେ ସବୁକ୍ଷେତ୍ରରୁ ସାମାଜିକ କଳଙ୍କ ଦୂର ହେବ। ଢେଙ୍କାନାଳ ଜିଲାରେ କନ୍ୟାସନ୍ତାନ କମିବାରେ ଲାଗିଛି। ବାଲ୍ୟବିବାହ, ଶିଶୁ ଶ୍ରମିକ ଭଳି ସମସ୍ୟା ବେଶ୍‌ ଚିନ୍ତାଜନକ। ଏ ସଂକ୍ରାନ୍ତରେ ମାମଲା ରୁଜୁ ହେଉ ନ ଥିବାରୁ ଅତିଥିମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ମହିଳା ଏବଂ ଏସ୍‌ଏଚ୍‌ଜିକୁ ପୁରସ୍କୃତ କରାଯାଇଥିଲା। ବିଶ୍ୱ କୁନ୍ତଳ ଶିଶୁଗୃହର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଇଶୋ ସମ୍ପାଦିକା ପୁଷ୍ପାଞ୍ଜଳି ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଚାରପତି ସୁଶୀଲ କୁମାର ସାହୁ, ଗୀତାଞ୍ଜଳି ନନ୍ଦ, ଅଭିଜିତ ପୁରୋହିତ, ନିଶା ଅଗ୍ରୱାଲ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ ପ୍ରମୁଖ ଉପସ୍ଥିତ ଥିଲେ। ଏଥିପୂର୍ବରୁ ଏକ ସଚେତନତା ଶୋଭାଯାତ୍ରା ସହରସ୍ଥିତ ନଗର ପରିକ୍ରମା କରିଥିଲା। ଶୋଭାଯାତ୍ରାକୁ ଅତିରିକ୍ତ ଜିଲାଜଜ୍‌ ପ୍ରତିମା ପଣ୍ଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?