ନାଲ୍‌କୋର ରେକର୍ଡ ଉତ୍ପାଦନ

ଭୁବନେଶ୍ୱର, ୩।୪: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ (ନାଲ୍‌କୋ) ୨୦୧୯-୨୦ ଆର୍ଥିକ ବର୍ଷରେ ବକ୍ସାଇଟି ଏବଂ ଆଲୁମିନା ଉତ୍ପାଦନ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। କମ୍ପାନୀ ୧୦୦%ରୁ ଉର୍ଦ୍ଧ୍ୱ କ୍ଷମତା ଉପଯୋଗକରି ଏହାର ଦାମନଯୋଡି ସ୍ଥିତ ପଞ୍ଚପଟମାଳି ବକ୍ସାଇଟ ମାଇନ୍ସରେ ୭୩.୦୨ ଲକ୍ଷ ମେଟ୍ରିକ ଟନ୍‌ ବକ୍ସାଇଟ ଉତ୍ତୋଳନ କରିପାରିଛି। ସେହିଭଳି ଆଲୁମିନା ପରିଶୋଧନ ପ୍ରକଳ୍ପରେ ୨୧.୬୧ ଲକ୍ଷ ମେଟ୍ରିକ ଟନ୍‌ ସର୍ବକାଳୀନ ରେକର୍ଡ ଉତ୍ପାଦନ କରିବାକୁ ସକ୍ଷମ ହୋଇଥିବା ନାଲ୍‌କୋ ପକ୍ଷରୁ ସୂଚନା ଦିଆଯାଇଛି। ଆଲୁମିନା ରିଫାଇନେରିର ଷ୍ଟିମ ଆଣ୍ଡ ପାଓ୍ବାର ପ୍ଲାଣ୍ଟ ମଧ୍ୟ ସର୍ବକାଳୀନ ରେକର୍ଡ ଉତ୍ପାଦନ କରିପାରିଛି। ନାଲ୍‌କୋର ଅନୁଗୋଳସ୍ଥିତ ସ୍ମେଲଟର ପ୍ଲାଣ୍ଟ ୯୦% କ୍ଷମତା ଉପଯୋଗ କରି ୪.୧୮ ଲକ୍ଷ ମେଟ୍ରିକ ଟନ୍‌ ଆଲୁମିନିୟମ ଉତ୍ପାଦନ କରିଛି। ଏହି ସଫଳତା ଲାଗି କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀଧର ପାତ୍ର କର୍ମଚାରୀଙ୍କୁ ଶୁଭେଚ୍ଛା ପ୍ରଦାନ କରିଛନ୍ତି। ବିଶ୍ୱର ମେଟାଲ ବଜାରରେ ମାନ୍ଦାବସ୍ଥା ରହିଥିବାରୁ ଉତ୍ପାଦନରେ ଖର୍ଚ୍ଚକାଟ ନେଇ ଅଭିନବ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ସେ ଆହ୍ବାନ ଦେଇଛନ୍ତି। କୋଭିଡ୍‌-୧୯ ଲାଗି କମ୍ପାନୀ ପକ୍ଷରୁ ବିଭିନ୍ନ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri