ନାଲ୍‌କୋ ସହାୟତାରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧୨।୪: ନାଲ୍‌କୋ ପକ୍ଷରୁ ନବରଙ୍ଗପୁରଠାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ଖ୍ରୀଷ୍ଟିଆନ ହସ୍ପିଟାଲ ଏବଂ ନାଲ୍‌କୋ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୋଭିଡ୍‌-୧୯ ସଂକ୍ରମଣଜନିତ ଚିକିତ୍ସା ପାଇଁ ସମସ୍ତ ପ୍ରକାର ସ୍ବତନ୍ତ୍ର ସୁବିଧା ରହିଛି। ନବରଙ୍ଗପୁରର ହିର୍ଲିଂଠାରେ ଅବସ୍ଥିତ ବି.ଏଡ୍‌ କଲେଜ ପରିସରରେ ଏକ ସ୍ବତନ୍ତ୍ର ଆଇସୋଲେଶନ କେନ୍ଦ୍ରର ସଞ୍ଚାଳନ ପାଇଁ ବ୍ୟବସ୍ଥା କରାଯାଇଛି। ଏହି ମେଡିକାଲ ଦ୍ୱାରା ନବରଙ୍ଗପୁର ଜିଲାର ଲୋକମାନେ ଉପକୃତ ହେବା ସହ ଆଖପାଖ ଜିଲା ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ଜିଲାର ଲୋକମାନେ ଉପକୃତ ହୋଇପାରିବେ। ଏହି କାର୍ଯ୍ୟ ପାଇଁ ନାଲ୍‌କୋ ଅଧ୍ୟକ୍ଷ ଶ୍ରୀଧର ପାତ୍ର କୃତଜ୍ଞତା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ନାଲ୍‌କୋ ବିପତ୍ତି ସମୟରେ ସବୁବେଳେ ରାଜ୍ୟର ଲୋକମାନଙ୍କ ସହ ଛିଡ଼ାହୋଇଛି। ବର୍ତ୍ତମାନର ବିପତ୍ତି ସମୟରେ ନାଲ୍‌କୋ ପୂର୍ଣ୍ଣମାତ୍ରାରେ ସାହାଯ୍ୟର ହାତ ବଢ଼ାଇବ ବୋଲି ପାତ୍ର ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ ନାଲ୍‌କୋ କର୍ମଚାରୀମାନେ ୨ ଦିନର ଦରମା ବାବଦକୁ ୫.୨ କୋଟି ଟଙ୍କା ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

ଆପଣଙ୍କୁ ହଇରାଣ କରିପାରିବେ ନାହିଁ ରିକଭରି ଏଜେଣ୍ଟ, କଠୋର ନିୟମ ଲାଗୁ କଲା RBI, ଘରେ ପହଞ୍ଚିଲେ କ’ଣ କରିବେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୨: RBI ପରିଚାଳିତ ଆର୍ଥିକ ପ୍ରତିଷ୍ଠାନ (ବ୍ୟାଙ୍କ, ଗ୍ରାମୀଣ ବ୍ୟାଙ୍କ, NBFC, ଗୃହ ଆର୍ଥିକ କମ୍ପାନୀ, ସମବାୟ ବ୍ୟାଙ୍କ, ଇତ୍ୟାଦି) ଦ୍ୱାରା ନିଯୁକ୍ତ ରିକଭରି ଏଜେଣ୍ଟମାନେ ଆଉ…

ଜାନୁଆରୀରେ ଖୁଚୁରା ଦରଦାମ୍ ହାର ୨.୭୫%, ପ୍ରଥମ ଥର ହେଲା ଏପରି ପରିବର୍ତ୍ତନ

ମୁମ୍ବାଇ,୧୨।୨: ଭାରତର ଆର୍ଥିକ ପରିସଂଖ୍ୟାନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (CPI) ର ନୂଆ ବେସ୍ ଇୟର ୨୦୨୪ ଆଧାରରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri