ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍‌କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ କ୍ଷତିଗ୍ରସ୍ତଙ୍କୁ ଚାକିରି ତ ଦୂରର କଥା ଠିକାରେ କାମଟିଏ ଦିଆଯାଉ ନାହିଁ। ଏପରି କି କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ପ୍ରତି ନାଲ୍‌କୋର ଶିକ୍ଷାନୁଷ୍ଠାନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହେଉଛି।
ନାଲ୍‌କୋ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପାରିପାର୍ଶ୍ୱିକ ଗ୍ରାମରେ ଦୀର୍ଘବର୍ଷ ହେଲା ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଓ ରାସ୍ତା ସମସ୍ୟା ଲାଗି ରହିଛି। ସେହିପରି ଅନେକ ସମୟରେ କାରଖାନାରୁ ନିର୍ଗତ ବିଭିନ୍ନ ବିଷାକ୍ତ ଗ୍ୟାସ୍‌, ଆଶ୍‌ପଣ୍ଡର ପାଉଁଶ ଗୁଣ୍ଡ ଓ ବିଶାକ୍ତ ତୈଳ ପାଣି ଦ୍ୱାରା ଫସଲ କ୍ଷତିଗ୍ରସ୍ତ ହେଉଛି। ପ୍ରଦୂଷଣ ମଧ୍ୟ ବଢ଼ି ଚାଲିଛି। ଧୂଳି ଓ ଧୂଅଁାରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡ଼ିଲେଣି। କ୍ଷତିଗ୍ରସ୍ତଙ୍କ ଏସବୁ ସମସ୍ୟାର ସମାଧାନ ଦିଗରେ ଠିକଣା ପଦକ୍ଷେପ ନେବା ପରିବର୍ତ୍ତେ ସେମାନଙ୍କ ପ୍ରତି ଆହୁରି ଅବହେଳା କରାଯାଉଥିବା କ୍ଷତିଗ୍ରସ୍ତ ଏଲ୍‌ଏପି ପ୍ରଜା ମହାସଂଘ ସଭାପତି ଅଖିଳ କୁମାର ପଣ୍ଡା, ବରିଷ୍ଠ ଶ୍ରମିକ ନେତା ମୀନକେତନ ଅମାନ୍ତ, କ୍ଷତିଗ୍ରସ୍ତ ପ୍ରଜା ସଂଘର ପୂର୍ବତନ ସଭାପତି ଶ୍ରୀକାନ୍ତ ଗଡ଼ନାୟକ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ନାଲ୍‌କୋ ସ୍କୁଲରେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ନାମ ଲେଖାରେ ପାତରଅନ୍ତର କରାଯାଉଛି। ନାଲ୍‌କୋ ଡିପିଏସ୍‌ କିମ୍ବା ସରସ୍ବତୀ ବିଦ୍ୟାମନ୍ଦିରରେ ପିଲାଙ୍କୁ ପଢ଼ାଇବାକୁ କ୍ଷତିଗ୍ରସ୍ତମାନଙ୍କୁ ବହୁ ହଇରାଣ ହେବାକୁ ପଡ଼ୁଛି। ନାଲ୍‌କୋ କର୍ମଚାରୀଙ୍କ ପିଲାଙ୍କ ପାଇଁ ସ୍ବତନ୍ତ୍ର ସିଟ୍‌ ରଖାଯାଉଥିବା ବେଳେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କୁ ସେହି ସୁବିଧା ମିଳିପାରୁ ନାହିଁ। ଫି ବାବଦରେ କର୍ମଚାରୀଙ୍କ ପିଲାଙ୍କ ଠାରୁ ଅଳ୍ପ ଟଙ୍କା ନିଆଯାଉଥିବା ବେଳେ କ୍ଷତିଗ୍ରସ୍ତ ପିଲାଙ୍କ ଠାରୁ ତିନିଗୁଣା ଅଧିକ ଅର୍ଥ ନିଆଯାଉଛି। କେତେଜଣ ଦଲାଲଙ୍କ ଦ୍ୱାରା ବାହାର ଅଞ୍ଚଳର ପିଲାମାନଙ୍କୁ ଅଣାଯାଇ ନାମ ଲେଖାଯାଉଥିବା ସ୍କୁଲର କିଛି କର୍ମଚାରୀ ସୂଚନା ଦେଇଛନ୍ତି। ଏହା ବିରୋଧରେ ଆଗାମୀ ଦିନରେ ସ୍ବର ଉତ୍ତୋଳନ କରାଯିବ ବୋଲି ସମ୍ପୃକ୍ତ କ୍ଷତିଗ୍ରସ୍ତମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri