ବଅଁରପାଳ, ୨୬।୪ (ଡି.ଏନ୍.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି ଅନେକ କ୍ଷତିଗ୍ରସ୍ତଙ୍କୁ ଚାକିରି ତ ଦୂରର କଥା ଠିକାରେ କାମଟିଏ ଦିଆଯାଉ ନାହିଁ। ଏପରି କି କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ପ୍ରତି ନାଲ୍କୋର ଶିକ୍ଷାନୁଷ୍ଠାନରେ ପାତରଅନ୍ତର କରାଯାଉଥିବା ଅଭିଯୋଗ ହେଉଛି।
ନାଲ୍କୋ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ପାରିପାର୍ଶ୍ୱିକ ଗ୍ରାମରେ ଦୀର୍ଘବର୍ଷ ହେଲା ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଓ ରାସ୍ତା ସମସ୍ୟା ଲାଗି ରହିଛି। ସେହିପରି ଅନେକ ସମୟରେ କାରଖାନାରୁ ନିର୍ଗତ ବିଭିନ୍ନ ବିଷାକ୍ତ ଗ୍ୟାସ୍, ଆଶ୍ପଣ୍ଡର ପାଉଁଶ ଗୁଣ୍ଡ ଓ ବିଶାକ୍ତ ତୈଳ ପାଣି ଦ୍ୱାରା ଫସଲ କ୍ଷତିଗ୍ରସ୍ତ ହେଉଛି। ପ୍ରଦୂଷଣ ମଧ୍ୟ ବଢ଼ି ଚାଲିଛି। ଧୂଳି ଓ ଧୂଅଁାରେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡ଼ିଲେଣି। କ୍ଷତିଗ୍ରସ୍ତଙ୍କ ଏସବୁ ସମସ୍ୟାର ସମାଧାନ ଦିଗରେ ଠିକଣା ପଦକ୍ଷେପ ନେବା ପରିବର୍ତ୍ତେ ସେମାନଙ୍କ ପ୍ରତି ଆହୁରି ଅବହେଳା କରାଯାଉଥିବା କ୍ଷତିଗ୍ରସ୍ତ ଏଲ୍ଏପି ପ୍ରଜା ମହାସଂଘ ସଭାପତି ଅଖିଳ କୁମାର ପଣ୍ଡା, ବରିଷ୍ଠ ଶ୍ରମିକ ନେତା ମୀନକେତନ ଅମାନ୍ତ, କ୍ଷତିଗ୍ରସ୍ତ ପ୍ରଜା ସଂଘର ପୂର୍ବତନ ସଭାପତି ଶ୍ରୀକାନ୍ତ ଗଡ଼ନାୟକ ପ୍ରମୁଖ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ନାଲ୍କୋ ସ୍କୁଲରେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କ ନାମ ଲେଖାରେ ପାତରଅନ୍ତର କରାଯାଉଛି। ନାଲ୍କୋ ଡିପିଏସ୍ କିମ୍ବା ସରସ୍ବତୀ ବିଦ୍ୟାମନ୍ଦିରରେ ପିଲାଙ୍କୁ ପଢ଼ାଇବାକୁ କ୍ଷତିଗ୍ରସ୍ତମାନଙ୍କୁ ବହୁ ହଇରାଣ ହେବାକୁ ପଡ଼ୁଛି। ନାଲ୍କୋ କର୍ମଚାରୀଙ୍କ ପିଲାଙ୍କ ପାଇଁ ସ୍ବତନ୍ତ୍ର ସିଟ୍ ରଖାଯାଉଥିବା ବେଳେ କ୍ଷତିଗ୍ରସ୍ତଙ୍କ ପିଲାମାନଙ୍କୁ ସେହି ସୁବିଧା ମିଳିପାରୁ ନାହିଁ। ଫି ବାବଦରେ କର୍ମଚାରୀଙ୍କ ପିଲାଙ୍କ ଠାରୁ ଅଳ୍ପ ଟଙ୍କା ନିଆଯାଉଥିବା ବେଳେ କ୍ଷତିଗ୍ରସ୍ତ ପିଲାଙ୍କ ଠାରୁ ତିନିଗୁଣା ଅଧିକ ଅର୍ଥ ନିଆଯାଉଛି। କେତେଜଣ ଦଲାଲଙ୍କ ଦ୍ୱାରା ବାହାର ଅଞ୍ଚଳର ପିଲାମାନଙ୍କୁ ଅଣାଯାଇ ନାମ ଲେଖାଯାଉଥିବା ସ୍କୁଲର କିଛି କର୍ମଚାରୀ ସୂଚନା ଦେଇଛନ୍ତି। ଏହା ବିରୋଧରେ ଆଗାମୀ ଦିନରେ ସ୍ବର ଉତ୍ତୋଳନ କରାଯିବ ବୋଲି ସମ୍ପୃକ୍ତ କ୍ଷତିଗ୍ରସ୍ତମାନେ ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ରାଜ୍ୟ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

