ନାଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ନେଡିପାଙ୍ଗା ଗ୍ରାମର କାଡ଼ଗି ନାଳରେ ଏକ ନବଜାତ ଶିଶୁପୁତ୍ରର ମୃତଦେହକୁ ବାଲିଗୁଡ଼ା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁର ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ସକାଳୁ ବ୍ୟବଚ୍ଛେଦ କରାଯାଇଛି। ଏନେଇ କେସ୍‌ ନ. ୭/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ କରୁଥିବା ବାଲିଗୁଡ଼ା ଆଇଆଇସି ପ୍ରଶାନ୍ତ କୁମାର ବେହେରା କହିଛନ୍ତି। ଡିଏସ୍‌ପି ମନୋଜ କୁମାର ପୂଜାରୀ ମାମଲାର ତଦନ୍ତ କରୁଥିବା ଜଣାପଡ଼ିଛି। କିଏ କାହିଁକି କେଉଁ କାରଣ ଯୋଗୁ ଶିଶୁପୁତ୍ରଟିକୁ ନାଳରେ ପକାଇ ଦେଇଥିଲା ସେନେଇ ତଦନ୍ତ ଚାଲିଛି। ସେହିପରି ଘଟଣାସ୍ଥଳରେ ନେଡ଼ିପାଙ୍ଗା ଅଙ୍ଗନୱାଡ଼ିକର୍ମୀ କାନ୍ଦୁରୀ ପ୍ରଧାନ ଏବଂ ରାଣିପଦର ଅଙ୍ଗନୱାଡ଼ିକର୍ମୀ ଶାନ୍ତିଲତା ପ୍ରଧାନ ପହଞ୍ଚି ସେହି ଅଞ୍ଚଳରେ ଗର୍ଭବତୀ ମହିଳାଙ୍କ ଘରକୁ ଯାଇ ଯାଞ୍ଚ କରିଛନ୍ତି। ଉକ୍ତ ଅଞ୍ଚଳରେ ମାତ୍ର ୪ଜଣ ଗର୍ଭବତୀ ରହିଥିବା ବେଳେ ସେମାନଙ୍କ ପ୍ରସବ ହୋଇ ନ ଥିବା କହିଛନ୍ତି। ସେହିପରି ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳରେ ମୋଟ ୫୧ ଜଣ ଗର୍ଭବତୀ ଉପସ୍ବାସ୍ଥ୍ୟକେନ୍ଦ୍ରରେ ନାମ ପଞ୍ଜୀକରଣ କରିଥିବା ବେଳେ ସମସ୍ତଙ୍କ ଘରକୁ ଏଏନ୍‌ଏମ୍‌ ଏବଂ ଅଙ୍ଗନୱାଡ଼ି, ଆଶାକର୍ମୀ ପହଞ୍ଚି ତଦନ୍ତ ଚଳାଇଥିବା ଉପସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରିୟଦର୍ଶିନୀ ପ୍ରଧାନ କହିଛନ୍ତି। ବାହାର ପଞ୍ଚାୟତ ଅଞ୍ଚଳରୁ ଶିଶୁର ମୃତଦେହ ଅଣାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଅଙ୍ଗନୱାଡ଼ିକର୍ମୀମାନେ ଆଶଙ୍କା କରିଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳବାର ପୂର୍ବାହ୍ନରୁ ଏକ ନବଜାତ ଶିଶୁ ପାଣିରେ ପଡ଼ିଥିବା କିଛି ଲୋକ ଦେଖଥିବା ଚର୍ଚ୍ଚା ହେଉଥିଲା। ସନ୍ଧ୍ୟାରେ ଉକ୍ତ ଶିଶୁର ଫଟୋ ଭାଇରାଲ ହେବା ପରେ ବୁଡାଗୁଡ଼ା ରାଜସ୍ବ ନିରୀକ୍ଷକ ବିଚିତ୍ର ମଲ୍ଲିକ ଏବଂ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ପୂର୍ଣ୍ଣଚନ୍ଦ୍ର ନାଇଡୁ ବିଳମ୍ବିତ ରାତିରେ ସେଠାକୁ ଯାଇ ଦେଖି ଘଟଣାର ସତ୍ୟାସତ୍ୟ ଜାଣି ସ୍ଥାନୀୟ ପ୍ରଶାସନଙ୍କୁ ଅବଗତ କରାଇଥିଲେ। ପରେ ପ୍ରଶାସନ ପକ୍ଷରୁ ପୋଲିସକୁ ଖବର ଦିଆଯିବା ପରେ ରାତିରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁର ମୃତଦେହ ଜବତ କରିଥିଲା ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri