ନାଳରେ ବୁଡି ନାବାଳକ ମୃତ

କୋରାପୁଟ, ୧୪।୮(ସ୍ବ.ପ୍ର): କୋରାପୁଟ ଜିଲାର ଜଲାପୁଟ ପାଣ୍ଡି ଅନ୍ତର୍ଗତ ଝୁଲା ବ୍ରିଜ ନିକଟରେ ଥିବା ନାଳରେ ବୁଡି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନନ୍ଦପୁର ବ୍ଲକ ଖିନମୁଙ୍ଗ ଗ୍ରାମର ରବି ଖିଲଙ୍କ ପୁଅ ସନ୍ଦୀପ ଖିଲ(୯)।
ମିଳିଥିବା ସୂଚନା ଅନୁଯାୟୀ, ସନ୍ଦୀପ ମା’ଙ୍କ ସହ ଲୁଗା ସଫା କରିବା ପାଇଁ ଉକ୍ତ ନାଳକୁ ଯାଇଥିବା ବେଳେ ତାଙ୍କ ଗୋଡ଼ ଖସିଯିବାରୁ ସେ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଲୁଗା ସଫା ସରିବା ପରେ ସେ ପୁଅଙ୍କୁ ଖୋଜାଖୋଜି କରି ନ ପାଇ ଏ ସମ୍ପର୍କରେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଶେଷରେ ସନ୍ଦୀପଙ୍କ ମୃତଦେହକୁ ନାଳରୁ ଉଦ୍ଧାର କରାଯାଇଥିଲା। ଘଟଣା ନେଇ ଜଲାପୁଟ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ଜଲାପୁଟ ଫାଣ୍ଡି ଅଧିକାରୀ ମହେଶ୍ୱର କିରସାନୀ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ା ଏ ନେଇ ଜଲାପୁଟ ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri