ନାଳ, ଚୁଆ ପାଣି ପିଉଛନ୍ତି ଅଙ୍ଗନୱାଡି ଶିଶୁ

ଫିରିଙ୍ଗିଆ,୯ା୧୨-ଫିରିଙ୍ଗିଆ ବ୍ଲକ ଡିଣ୍ଡିରା ଗଁ। ପଞ୍ଚାୟତର ଗୁଖୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଫଳରେ ନିକଟସ୍ଥ ନାଳ ଓ ଚୂଆ ଉପରେ ନିର୍ଭର କରିବାକୁ ପଡୁଛି। ରୋଷେଇ ପାଇଁ ମଧ୍ୟ ଏହି ପାଣି ବ୍ୟବହାର କରାଯାଉଛି। ଶିଶୁମାନେ ଦୂଷିତ ପାଣି ପିଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଏହି ଅଙ୍ଗନୱାଡି କେନ୍ଦ୍ରକୁ ୭ ଜଣ ଶିଶୁ ଆସୁଛନ୍ତି। ଆରମ୍ଭରୁ ୩ ବର୍ଷ ପର୍ଯନ୍ତ ଗ୍ରାମ ମଣ୍ଡପରେ ଏହି କେନ୍ଦ୍ର ଚାଲିଥିଲା। ୨୦୧୬ରେ କେନ୍ଦ୍ର ନିର୍ମାଣ ହୋଇ ପିଲାଙ୍କୁ ସ୍ଥାନାନ୍ତର କରାଯାଇଥିଲେ ମଧ୍ୟ ପାଣି ବ୍ୟବସ୍ଥା ହୋଇନାହିଁ। ତେଣୁ ନିକଟସ୍ଥ ଚୂଆ ଓ ନାଳ ଉପରେ ନିର୍ଭର କରିବାକୁ ପଡୁଛି ବୋଲି କେନ୍ଦ୍ରରେ କର୍ମୀ ବୈନେତ୍ରୀ କହଁର କହିଛନ୍ତି। ସେହିପରି ଫିରିଙ୍ଗିଆ ସିଡିପିଓ ମଞ୍ଜୁଳା ପ୍ରଧାନ କୁହନ୍ତି, କେନ୍ଦ୍ରକୁ ପାଣି ବ୍ୟବସ୍ଥା କରିବାକୁ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗକୁ ଅନୁରୋଧ କରାଯାଇଛି। କିନ୍ତୁ ବିଭାଗ ପକ୍ଷରୁ ଏପଯର୍‌ୟନ୍ତ କୌଣସି ବ୍ୟବସ୍ଥା କରାଯାଇ ନାହିଁ। ଡିଣ୍ଡିରାଗାଁ ସରପଞ୍ଚ କହ୍ନେଇ କହଁରଙ୍କୁ ପଚାରିବାରୁ, ଗତ ବର୍ଷ ଏହି ସ୍ଥାନରେ ଏକ ନଳକୂପ ଖୋଲାଯିବାକୁ ଉଦ୍ୟମ କରାଯାଇଥିଲା, କିନ୍ତୁ ପାଣି ବାହାରିଲା ନାହିଁ। ତେଣୁ ବିକଳ୍ପ ବ୍ୟବସ୍ଥା ଭାବେ ଏକ କୂଅ ଖୋଳାଯିବାକୁ ଯୋଜନା ରହିଛି। ତୁରନ୍ତ ପିଇବା ପାଣି ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri