ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ ପରିବାରବର୍ଗ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ବାଲେଶ୍ୱର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଗତ ୩ ତାରିଖରେ ତୀର୍ଥଯାତ୍ରାରେ ଯାଇଥିବା ଏହି ଲୋକେ ବୃନ୍ଦାବନ, ଜୟପୁର, ଆଜମୀର, ଦ୍ୱାରିକା, ମାଉଣ୍ଟଆବୁ, ଉଜ୍ଜୟିନୀ, ସୋମନାଥ ମନ୍ଦିର ବୁଲି ସାରି ନାସିକର ପଞ୍ଚବଟିରେ ପହଞ୍ଚିିଥିଲେ। ଗତ ୨୨ ତାରିଖରେ ସେମାନଙ୍କର ଫେରିବା କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସେଦିନ ଜନତା କର୍ଫ୍ୟୁ ଡାକରାଯୋଗୁଁ ସେମାନେ ଫେରି ପାରି ନ ଥିଲେ। ଆସନ୍ତା ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଟ୍ରେନ୍‌ ଚଳାଚଳ ଉପରେ ରୋକ୍‌ ଲାଗିଥିବାରୁ ସେମାନେ ଏବେ ନାସିକର ପଞ୍ଚବଟିସ୍ଥିତ ପଥରଭାଟ ଲେନ୍‌ ଅନ୍ତର୍ଗତ ପ୍ରତାପ ସିଂ ଛକଠାରେ ଥିବା ନାସିକ ଧର୍ମଶାଳାରେ ଅବସ୍ଥାନ କରୁଛନ୍ତି ା ସେଠାରେ ଅଟକି ଥିବା ଏହି ତୀର୍ଥଯାତ୍ରଙ୍କୁ ଉଦ୍ଧାର କରିବାଲାଗି ସେମାନଙ୍କ ପରିିବାରବର୍ଗ ଶାଳିକୋଠା ଗ୍ରାମର ପ୍ରମୋଦ କୁମାର ପଣ୍ଡାଙ୍କ ନେତୃତ୍ୱରେ ଜିଲା ଓ ରାଜ୍ୟ ପ୍ରଶାସନ ସମେତ ନାସିକର ଜିଲାପାଳଙ୍କୁ ନିବେଦନ କରିଛନ୍ତି। ସେମାନେ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଢଙ୍ଗୀ ଏବଂ ପୂର୍ବତନ ଏମପି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri