ନାହାନ୍ତି ଡାକ୍ତର: ଚିକିତ୍ସା ଅଭାବରୁ ଦିବ୍ୟାଙ୍ଗଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ, ୨୪।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୁଇଦିନ ଧରି ଡାକ୍ତର ଅନୁପସ୍ଥିତ ଥିବା ଯୋଗୁ ଜଣେ ଆୟୁଷ ଆୟୁର୍ବେଦ ଡାକ୍ତରଙ୍କ ହାତରେ ସ୍ବାସ୍ଥ୍ୟକେନ୍ଦ୍ର ଦାୟିତ୍ୱ ଦିଆଯାଇଥିଲା। ଏହି କାରଣରୁ ଜଣେ ଦିବ୍ୟାଙ୍ଗଙ୍କ ଜୀବନ ଚାଲି ଯାଇଥିବା ଅଭିଯୋଗ ହୋଇଛି। ଆଜ୍ଞାପ୍ରସାଦ ଗ୍ରାମର ଜଣେ ରାଧାକୃଷ୍ଣ ଗୌଡ଼ ନାମକ ଜଣେ ଦିବ୍ୟାଙ୍ଗ ୩ ଦିନ ଧରି ଜ୍ୱରରେ ପୀଡିତ ହୋଇ ଡାକ୍ତରଖାନା ଆସିଥିଲେ। ଚିକିତ୍ସାର ଅବହେଳା ଯୋଗୁ ପୁଅର ଜୀବନ ଚାଲିଯାଇଥିବା ବାପା ଭଗବାନ ଗୌଡ଼ କହିଛନ୍ତି। ମେଡିକାଲରେ ପୂର୍ବରୁ ଡାକ୍ତରୀ ପଦବୀ, କମ୍ପାଉଣ୍ଡର ଏବଂ କର୍ମଚାରୀ ପଦବୀ ଖାଲି ଥିବାବେଳେ ଏହାକୁ ପୂରଣ କରାଯାଉନାହିଁ। ଆଜି ରୋଗୀ ମୃତ୍ୟୁ ପରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ବିଜୟ କୁମାର ପାଣିଗ୍ରାହୀ ଏ ଘଟଣା ନେଇ ଦୁଃଖ ପ୍ରକଟ କରି କେଉଁ କାରଣରୁ ଡାକ୍ତର ଅନୁପସ୍ଥିତି ଅଛନ୍ତି ସେନେଇ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri