ନାହିଁ ଜଳ ନିଷ୍କାସନ ବ୍ୟବସ୍ଥା: ବିଦ୍ୟାଳୟ ପରିସରରେ ଜମି ରହୁଛି ବର୍ଷା ପାଣି, ପାଠପଢାରେ ସମସ୍ୟା

ଖଣ୍ଡପଡା,୨୯।୯(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବନମାଳୀପୁର ପଞ୍ଚାୟତର ପଥୁରିଆ ଗ୍ରାମସ୍ଥିତ ରାମଚଣ୍ଡୀ ପ୍ରାଥମିକ ବିଦ୍ୟାଳୟରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷା ହେଲେ ବିଦ୍ୟାଳୟ ପରିସରରେ ପାଣି ଜମିରହୁଛି । ଲଗାଣ ବର୍ଷା ହେଲେ ପରିସ୍ଥିତି ଶୋଚନୀୟ ହୋଇପଡୁଛି। ବିଦ୍ୟାଳୟ ପରିସରରେ ପାଣି ଜମି ରହି ସନ୍ତସନ୍ତିଆ ପରିବେଶ ସୃଷ୍ଟି ହେବା ସହ ଶ୍ରେଣୀଗୃହର ଚଟାଣ ମଧ୍ୟ ଓଦା ରହୁଛି। ଏପରିସ୍ଥିତିରେ ପିଲାମାନଙ୍କ ପାଠପଢାରେ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ପରିସରରେ ଦିନଦିନ ଧରି ବର୍ଷାଜଳ ଜମି ରହିବା ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି । ଏପରିସ୍ଥିତିରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକମାନେ ଚଳାଚଳ କରୁଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଭାବ ପ୍ରକାଶ ପାଉଛି । ସେହିପରି ବିଦ୍ୟାଳୟ ଚତୁଃପାର୍ଶ୍ୱରେ ବର୍ଷା ଜଳ ଜମି ଏହା ପୋଖରୀର ଭ୍ରମ ସୃଷ୍ଟି କରୁଛି । ଏକ ଖାଲୁଆ ଅଞ୍ଚଳରେ ଅବସ୍ଥିତ ଏହି ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରୁଥିବାରୁ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଓ ପ୍ରଶାସନ ଦୃଷ୍ଟି ଦେବା ସହ ବନମାଳୀପୁର ପଞ୍ଚାୟତ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ପଥୁରିଆ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri