ନିଃସ୍ବାର୍ଥପର ସେବା ଈଶ୍ବର ପ୍ରାପ୍ତିର ମାଧ୍ୟମ

ବିଜେପୁର,୮।୧୦(ଡି.ଏନ.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ କଲଙ୍ଗାପାଲିରେ ସାତଦିନ ଧରି ଚାଲିଥିବା ଶାରଦୀୟ ସେବା ଶିବିର ଉଦଯାପିତ ହୋଇଯାଇଛି। ସ୍କୁଲ ଚେୟାରମେନ ପରିତୋଷ ସୁନା ଏହାକୁ ଉଦଘାଟନ କରିଥିଲେ। ବିଭିନ୍ନ ଦିବସରେ ଛାତ୍ରୀଗଣ ଗ୍ରାମ ସଫେଇ, ପ୍ଲାଷ୍ଟିକ ବର୍ଜନ, ବିପର୍ଯ୍ୟୟ ପରିଚାଳନା, ଟୀକାକରଣ, ଫିଟ ଇଣ୍ଡିଆ, ଯୋଗ ଉପରେ ସଚେତନତା ସୃଷ୍ଟି କରିଥିଲେ। ଉଦଯାପନି ସମାରୋହରେ କଲେଜ ଅଧ୍ୟକ୍ଷ ପ୍ରଦୀପ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଯୋଗେଶ ମେହେର, ସ୍କୁଲ ଚେୟାରମେନ ପରିତୋଷ ସୁନା, ଅମୂଲ୍ୟନିଧି ପ୍ରଧାନ, ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ ମୁଖବକ୍ତା ଭାବେ ଯୋଗଦେଇଥିଲେ। ନିଃସ୍ବାର୍ଥପର ସେବା ହିଁ ଈଶ୍ବର ପ୍ରାପ୍ତିର ମାଧ୍ୟମ। ତେଣୁ ଯିଏ ଯେଉଁ କ୍ଷେତ୍ରରେ କାମ କରୁଥାଉନା କାହିଁକି ସେଇ କର୍ମରେ ନିଃସ୍ବାର୍ଥପରତା ପରିଲକ୍ଷିତ ହେବା ଆବଶ୍ୟକ ବୋଲି ସଭାରେ ମତପ୍ରକାଶ ପାଇଥିଲା। ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇ ଥିଲା। ପ୍ରୋଗ୍ରାମ ଅଫିସର ଡ. ସୁବ୍ରତା ରାଣୀ ରାଉତ ବିବରଣୀ ପଠନ କରିଥିଲେ। ଇତିହାସ ଅଧ୍ୟାପକ ମାନସ ରଞ୍ଜନ ଧନ୍ୟବାଦ ଅର୍ପଣ କରି ଥିଲେ। ପରେ ଛାତ୍ରୀମାନେ ମନୋରମ ସାସ୍କୃତିକ କାଯ୍ୟକ୍ରମ ପରିବେଷଣ କରିଥିଲେ। ବିଜେପୁର ଡିଗ୍ରୀ କଲେଜ ଏନଏସଏସ ୟୁନିଟ ୩ ପକ୍ଷରୁ ଆୟୋଜିତ ଏହି ଶିବିରରେ ୨୫ଜଣ ଛାତ୍ରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri