ଝୁମ୍ପୁରା, ୮।୧ ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମ ମହାନ୍ତ ସାହିରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ଏକ ଦୁଃଖଦ ଘଟଣା ଘଟିଛି ା ନିଆଁରେ ପୋଡ଼ି ହୋଇ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି ା ମୃତକ ହେଲେ ଲିନାରାଣୀ ମହାନ୍ତ (୨୨ବର୍ଷ)। ସେ ନିଜ ଦେହରେ କିରୋସିନ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଶାଶୁ ଘର ଲୋକେ କହୁଥିବା ବେଳେ ମୃତକଙ୍କ ମା’ ଏହାକୁ ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଦର୍ଶାଇ ଥାନାରେ ଏତଲା ଦେଇଛନ୍ତି ା ଏହି ଅଭିଯୋଗ ପରେ ଝୁମ୍ପୁରା ପୋଲିସ ତନାଘନା ଚଳାଇଛି। ଉକ୍ତ ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ା ଫଳରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇପାରି ନ ଥିବା ପୋଲିସ କହିଛି ା ଯୌତୁକ ପାଇଁ ତାଙ୍କ ଝିଅକୁ ଶାଶୁଘର ଲୋକେ ମିଶି ପୋଡ଼ି ଦେଇଥିବା ଲିନାଙ୍କ ମା’ଦମୟନ୍ତୀ ମହାନ୍ତ ଅଭିଯୋଗ କରିଛନ୍ତି ା
ମିଳିଥିବା ସୂଚନା ଅନୁଯାୟୀ ଚମ୍ପୁଆ ଥାନା ଅନ୍ତର୍ଗତ ରାଇଗୁଡି ଗ୍ରାମର ଲିନା ମହାନ୍ତଙ୍କ ସହିତ ଅର୍ଶଳା ଗ୍ରାମର କୁନାଲ ମହାନ୍ତଙ୍କ ବିବାହ ୯ମାସ ପୂର୍ବରୁ ହୋଇଥିଲା। ସେ ୫ମାସର ଗର୍ଭବତୀ ଥିଲେ। ସୋମବାର ରାତିରେ ପାରିବାରିକ କଳହ ଯୋଗୁ ସେ କବାଟ ବନ୍ଦ କରି ଘରେ ଶୋଇଥିଲେ ା ଏହାର କିଛି ସମୟ ପରେ ଘର ଭିତରେ ନିଆଁ ଜଳୁଥିବା ଦେଖାଯାଇଥିଲା। ଗ୍ରାମବାସୀ କବାଟ ଭାଙ୍ଗି ଘରେ ପଶିବା ବେଳକୁ ଲିନାଙ୍କ ଶରୀର ୭୦ ପ୍ରତିଶତ ଜଳି ଯାଇଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀଙ୍କ ପକ୍ଷରୁ ଝୁମ୍ପୁରା ଥାନାକୁ ଖବର ଦିଆଯାଇଥିଲା। ଲୀନାଙ୍କ ବାପଘରକୁ ଖବର ଦିଆଯିବା ପରେ ମଧ୍ୟାହ୍ନରେ ତାଙ୍କ ମା’ ଏବଂ ଭାଇ ଆସି ଝୁମ୍ପୁରା ଥାନାରେ ଏତଲା ଦେଇଥିଲେ। ଏ ସଂକ୍ରାନ୍ତରେ ଏକ ମାମଲା (ନଂ ୬/୨୦୨୦) ରୁଜୁ ହୋଇ ପୋଲିସ ତଦନ୍ତ ଜାରି ରଖିଛି। ଥାନାଧିକାରୀ ବିରଞ୍ଚି ବାଗଙ୍କ ସହିତ ପୋଲିସ କର୍ମଚାରୀ, ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଝୁମ୍ପୁରା ଅତିରିକ୍ତ ତହସିଲଦାର କ୍ରେସେନିଆ ତିର୍କି ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ା
ନିଆଁରେ ପୋଡି ହୋଇ ମହିଳା ମୃତ: ୫ମାସର ଗର୍ଭବତୀ ଥିଲେ; ହତ୍ୟା ଅଭିଯୋଗ ଆଣିଲେ ମା’
Posted inଆମ ଜିଲା ଖବର, କେନ୍ଦୁଝର View All
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…
ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

