Posted inଜାତୀୟ

ନିଆଁ ଭିତରେ ଯୋଗ କଲେ ଭାଜପା ଏମ୍‌ପି

ଜୟପୁର,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସରେ ଅବସରରେ ସାରା ଦେଶରେ ଯୋଗର ଆସର ଜମିଛି। ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତାଅଭିନେତ୍ରୀଙ୍କ ପର୍ଯ୍ୟନ୍ତ ଯୋଗ କରୁ୍‌ଥିବା ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ଭାରତୀୟ ଜନତା ପାର୍ଟି ଏମ୍‌ପି ସୁଖବୀର ସିଂ ଜୌନପୁରିଆ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ନିଆଁରେ ଯୋଗ କରୁଥିବା ଫଟୋ ଭାଇରାଲ ହୋଇଛି। କେବଳ ନିଆଁରେ ନୁହେଁ ଶରୀରରେ ମାଟି ବୋଳି ହୋଇ ମଧ୍ୟ ସେ ଖରାରେ ଯୋଗ କରୁଥିବା ଦେଖାଯାଇଛି। ଏହାପରେ ଜିମ୍‌ରେ ପହଞ୍ଚି ସେ ବିଭିନ୍ନ ପ୍ରକାର ଯୋଗ କରିଥିଲେ। ରାଜସ୍ଥାନର ଟୋଙ୍କ୍‌ ସଓ୍ବାଇ ମାଧୋପୁରରୁ ଏମ୍‌ପି ଥିବା ସୁଖବୀର ପ୍ରଚଣ୍ଡ ଖରାରେ ନିଜ ଚାରିପଟେ ନିଆଁ ଲଗାଇ ତା’ ମଝିରେ ଯୋଗ କରିଥିଲେ। ଏହାପରେ ଶରୀରରେ ମାଟି ବୋଳି ହୋଇ ଯୋଗ କରିଥିଲେ। ଏନେଇ ସେ କହିଛନ୍ତି ମାଟି ବୋଳି ହେବା ଦ୍ୱାରା ଶରୀରୁ ସବୁ ବର୍ଯ୍ୟ ବସ୍ତୁ ସଫା ହୋଇଯାଏ। ପ୍ରତିଦିନ ସେ ୩ରୁ ୪ ଘଣ୍ଟା ଯୋଗ କରିଥାନ୍ତି। ଗତ ୪ ମାସ ମଧ୍ୟରେ ଯୋଗ ଦ୍ୱାରା ସେ ୨୫ କିଲୋ ଓଜନ କମାଇସାରିଲେଣି। ଯୋଗ ଦିବସରେ ସେ ସମସ୍ତଙ୍କୁ ପ୍ରତିଦିନ ଅତିକମରେ ଏକ ଘଣ୍ଟା ଯୋଗ କରିବା ପାଇଁ ଉପଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri