ନିଆରା ପରମ୍ପରା: ବିଜୟାଦଶମୀରେ ଛଡ଼ିବାଡ଼ି ଖେଳ

ଆନନ୍ଦପୁର,୮। ୧୦(ସ୍ବ.ପ୍ର.)- ରାଜରାଜୁଡା ଅମଳରୁ ରାଜପୁତ ଜାତିର ଏକ ସ୍ବତନ୍ତ୍ର ପରିଚୟ ରହିଛି। ରାଜବଂଶ ଏବଂ ରାଜ୍ୟର ସୁରକ୍ଷାର ଗୁରୁଦାୟିତ୍ୱ ବହନ କରୁଥିବା ଏହି ରାଜପୁତ ଜାତି ନିଜର ପ୍ରାଚୀନ ପରମ୍ପରାକୁ ଉଦଜୀବିତ କରିବା ଉଦ୍ଦେଶ୍ୟରେ ପବିତ୍ର ବିଜୟାଦଶମୀ ଦିନ ଛଡିବାଡି ଖେଳର ନିଆରା ପର୍ବ ପାଳନ କରିଛନ୍ତି। ଏଥିପାଇଁ ମଧ୍ୟାହ୍ନ ସମୟରେ ଆନନ୍ଦପୁରର ରଜପୁତ ସାହିର ବୟୋଜ୍ୟୋଷ୍ଠ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଯୁବକ ଓ ଛୋଟ ପିଲାମାନେ ନିଜ ନିଜ ଘରେ ପୂଜାପାଇଆସୁଥିବା ପାରମ୍ପରିକ ଅସ୍ତ୍ରଶସ୍ତ୍ର ତଥା ଖଣ୍ଡା, ତଲଓାର୍‌, ବାନାପାଟା,ମୁଦଗର, ବର୍ଚ୍ଛା,କଟାରୀ, ଛୁରୀ ଆଦିକୁ ସାହିର ମଧ୍ୟସ୍ଥଳରେ ରଖିଥିଲେ। ଯଥାରୀତି ପୂଜାର୍ଚ୍ଚନା ସହିତ ହୋମଯଜ୍ଞାଦି କାର୍ଯ୍ୟ ସମ୍ପାଦନ କରାଯାଇଥିଲା। ଚଳିତ ବର୍ଷ ଏହି ଅବସରରେ ପୂର୍ବରୁ ରହିଆସିଥିବା ପଶୁବଳି ପ୍ରଥାକୁ ଉଚ୍ଛେଦ କରାଯାଇ ପରମ୍ପରା ସ୍ବରୂପ କଖାରୁ ବଳି ଦିଆଯାଇ ବିଧି କାର୍ଯ୍ୟ ଶେଷ କରାଯାଇଥିଲା। ମା’ ଦୁର୍ଗା ଓ ଦଧିବାମନଜୀଉଙ୍କ ମନ୍ଦିର ସମ୍ମୁଖରେ ଛଡିବାଡି ଖେଳ ପ୍ରଦର୍ଶନ କରାଯାଇଥିଲା। ଲିଟୁ ରାମ, ହଗୁର ରାମ, ସିପୁନ ରାମ ପ୍ରମୁଖଙ୍କ ସମେତ ସାହିର ବହୁ ଯୁବକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅପରାହ୍ନରେ ପ୍ରଥମେ ସାହିର ପୂଜାସ୍ଥଳରେ ଛଡିବାଡି ଖେଳ ଶେଷ ହେବା ପରେ ଗ୍ରାମଦେବତୀ ମା’ ପାତାଳଶ୍ୱରୀଙ୍କ ନିକଟରେ ଖେଳ ପ୍ରଦର୍ଶନ ପୂର୍ବକ ଆଶୀର୍ବାଦ ଭିକ୍ଷା କରାଯାଇଥିଲା। ପରେ ପରମ୍ପରା ଅନୁଯାୟୀ ଆନନ୍ଦପୁରର ଆରାଧ୍ୟ ଦେବତା ଦଧିବାମନଜୀ ଏବଂ ମା’ ଦେଶ ଦୁର୍ଗାଙ୍କ ନିକଟରେ ଏହି ଖେଳ ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଥିଲା। ଏହି ଖେଳକୁ ଦେଖିବା ପାଇଁ ଶତାଧିକ ଲୋକଙ୍କ ସାମଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri