Posted inଫୁରସତ

ନିଆରା ପ୍ରତିଯୋଗିତା ‘ପନଜତ୍‌ ପିନାଙ୍ଗ’

ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଭିନ୍ନ ଭିନ୍ନ ପ୍ରଥା ପରମ୍ପରା ପ୍ରଚଳିତ ହୋଇ ଆସୁଛି। ସେହିଭଳି ବିଭିନ୍ନ ଅବସରରେ ନିଆରା ପ୍ରତିଯୋଗିତାମାନ ମଧ୍ୟ ଅନୁଷ୍ଠିତ ହୋଇଥାଏ। ତେବେ ଇଣ୍ଡୋନେସିଆରେ ସ୍ବତନ୍ତ୍ରତା ଦିବସ ଅବସରରେ ପ୍ରତ୍ୟେକ ବର୍ଷ ଅଗଷ୍ଟ ମାସରେ ସେଠାକାର ଅଧିବାସୀଙ୍କ ମଧ୍ୟରେ ଏକ ମଜାଦାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ। ‘ପନଜତ୍‌ ପିନାଙ୍ଗ’ ନାମରେ ପ୍ରସିଦ୍ଧ ଏହି ପ୍ରତିଯୋଗିତାରେ ପ୍ରତିଯୋଗିଙ୍କୁ ଖସଡା ଖମ୍ବ ଉପରେ ଚଢିବାକୁ ହୋଇଥାଏ। ଏହି ପ୍ରତିଯୋଗିତା ଅନୁଯାୟୀ ପ୍ରତିଯୋଗିଙ୍କୁ ବିଭିନ୍ନ ଦଳରେ ଭାଗ କରାଯାଇଥାଏ। ପ୍ରତ୍ୟେକ ଦଳକୁ ମାଟିରେ ପୋତାଯାଇଥିବା କାଠର ଖମ୍ବ ଉପରେ ଚଢି ଖମ୍ବ ଉପରେ ରଖାଯାଇଥିବା ବିଭିନ୍ନ ଉପହାର ପର୍ଯ୍ୟନ୍ତ ପହଁଚିବାକୁ ହୋଇଥାଏ। ଯେଉଁ ଦଳ ଖୁବ୍‌ କମ୍‌ ସମୟରେ ଖମ୍ବ ଉପରେ ଥିବା ଉପହାର ପର୍ଯ୍ୟନ୍ତ ଚଢିବେ ତାଙ୍କୁ ସେହି ଉପହାର ପୁରସ୍କାର ସ୍ବରୂପ ଦିଆଯାଇଥାଏ। ସୁଉଚ୍ଚ କାଠ ଖମ୍ବଗୁଡିକୁ ପୂର୍ବରୁ ମସୃଣ କରାଯାଇଥାଏ ଯେଉଁଥିରେ ଚଢିବା ପାଇଁ ଖୁବ୍‌ କଷ୍ଟ କରିବାକୁ ପଡିଥାଏ। ଦଳର ପ୍ରତିଯୋଗିମାନେ ପରସ୍ପରକୁ ସାହାଯ୍ୟ କରିଥାନ୍ତି ଖମ୍ବ ଉପରେ ଚଢିବା ପାଇଁ। ଏହି କୌତୁହଳ ପୂର୍ଣ୍ଣ ପ୍ରତିଯୋଗିତା ଦେଖିବା ପାଇଁ ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଦେଖଣାହାରୀ ସେଠାରେ ଏକତ୍ରିତ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri