ନିଆରା ମହିଳା: ଶିକ୍ଷକତା ପେସା, ସାହିତ୍ୟ ଯାହାର ନିଶା

ବରୀ, (ବାଞ୍ଛାନିଧି ସାହୁ)- ପେସା ଶିକ୍ଷକତା ନିଶା ସାହିତି୍ୟକ। ଏଭଳି ଜଣେ ନିଆରା ମହିଳା ହେଉଛନ୍ତି ବରୀ ବ୍ଲକ୍‌ ଅଧୀନ କିମ୍ଭୀରିଆପାଳ ପଞ୍ଚାୟତର ମାଳଦା କମଳିନୀ ପାଗଡ଼। ଛୁଟି ଦିନ ହେଲେ କଲମ ଧରି ବସିଯାଆନ୍ତି ସାହିତ୍ୟ ରଚନାରେ। ଦୀର୍ଘ ୩୦ ବର୍ଷ ଧରି ଛାତ୍ରୀ ଅବସ୍ଥାରୁ ସାହିତ୍ୟ ପ୍ରତି ଆକୃଷ୍ଟ ହୋଇ ନିଜ ସାଧନା ବଳରେ ଏକାଧାରରେ ପାଲଟିଯାଇଛନ୍ତି ସାହିତି୍ୟକା, କବୟିତ୍ରୀ, ଗାଳ୍ପିକା ଓ ଉପନ୍ୟାସିକା। ଇତି ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ କବିତା, ୧୦ରୁ ଊର୍ଦ୍ଧ୍ୱ ଉପନ୍ୟାସ, ୩୦ରୁ ଊର୍ଦ୍ଧ୍ୱ ଗଳ୍ପ ଲେଖି ବିଭିନ୍ନ ଅନୁଷ୍ଠାନରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ପେସାରେ ଜଣେ ଶିକ୍ଷୟିତ୍ରୀଭାବେ ସେ ଦୀର୍ଘ ୨୫ ବର୍ଷ ହେଲା କାର୍ଯ୍ୟକରି ନିଷ୍ଠାର ସହ କାର୍ଯ୍ୟ ସମ୍ପାଦନା କରିଆସୁଛନ୍ତି। ଏତିକିରେ ତାଙ୍କର ସାଧନା ଅଟକି ଯାଇନି ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତରେ ବିଏ ପାସ୍‌ କଲା ପରେ ସଙ୍ଗୀତ ଜାରି ରଖିଛନ୍ତି। ସଙ୍ଗୀତ ମାଧ୍ୟମରେ ସଂସାରର ଦୁଃଖ କଷ୍ଟକୁ ସେ ଭୁଲି ଯାଆନ୍ତି ବୋଲି କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri