ନିଖୋଜ ପୁଅର ପତ୍ତା ମିଳୁନି: ପରିବାରବର୍ଗଙ୍କ ରାସ୍ତା ଅବରୋଧ

ରାଇକିଆ,୩।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ଅଲିମାହା ସାହିର ଶୁଭେନ୍ଦୁ ମଲିକ ଗତ ଜାନୁୟାରୀରୁ ନିଖୋଜ ହୋଇଯାଇଛନ୍ତି। ୧୮ ଦିନ ବିତି ଯାଇଥିଲେ ମଧ୍ୟ ନିଖୋଜ ପୁଅର ପତ୍ତା ମିଳିନାହିଁ। ଏ ନେଇ ପରିବାର ପକ୍ଷରୁ ଜାନୁୟାରୀ ୨୫ ତାରିଖରେ ରାଇକିଆ ଥାନାରେ ଅଭିଯୋଗ କରାଯାଇଥିଲେ ମଧ୍ୟ ପୋଲିସ ନିଖୋଜ ଯୁବକଙ୍କୁ ଖୋଜି ବାହାର କରିବାରେ ଅବହେଳା କରୁଥିବା ଦର୍ଶାଇ ସୋମବାର ରାଇକିଆ-ବାଲିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିଲା। ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ ହୋଇଥିଲା। ଘଟଣାସ୍ଥଳରେ ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା, ଟିକାବାଲି ଥାନାଧିକାରୀ ରେବତୀ ଶବର, ସାରଙ୍ଗଡ଼ ଥାନାଧିକାରୀ ଅନିତା କିଡ଼ୋ, ରାଇକିଆ ଥାନାଧିକାରୀ ସମୀର ରାଉତ ଅବରୋଧକାରୀଙ୍କୁ ବୁଝାଶୁଝା କରିବା ପରେ ଅବରୋଧ ହଟିଥିଲା। ଅନ୍ୟପକ୍ଷରେ ପରିବାର ଲୋକଙ୍କ କହିବା ଅନୁଯାୟୀ, ଏହି ଘଟଣାରେ ଯେଉଁମାନଙ୍କୁ ସେମାନେ ସନ୍ଦେହ କରୁଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ପୋଲିସ ବିଳମ୍ବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri