Posted inଜାତୀୟ

ନିଖୋଜ ବିମାନକୁ ଖୋଜିବେ ପର୍ବତାରୋହୀ

ଗୁଆହାଟି,୧୦।୬: ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ ନିଖୋଜ ହେବାର ୮ ଦିନ ବିତିଯାଇଥିଲେ ମଧ୍ୟ ଏବେ ପର୍ଯ୍ୟନ୍ତ ତା’ର ପତ୍ତା ମିଳିପାରିନାହିଁ। ସୋମବାର ପାଗ ଖରାପ ଥିବାରୁ ସର୍ଚ୍ଚ ଅପରେସନ୍‌ରେ ବାଧା ସୃଷ୍ଟି ହୋଇଛି। ଅପରପକ୍ଷରେ ନିଖୋଜ ବିମାନକୁ ଖୋଜିବା ପାଇଁ ଏବେ ସର୍ଚ୍ଚ ଅପରେସନ୍‌ରେ ସାମିଲ ହୋଇଛନ୍ତି ପର୍ବତାରୋହୀ। ପର୍ବତାରୋହୀଙ୍କ ୭ ଜଣିଆ ଦଳ ବିମାନର ପତ୍ତା ଲଗାଇବେ ବୋଲି ଜଣାପଡ଼ିଛି। ଏହି ସଦସ୍ୟଙ୍କ ଭିତରେ ୨ଜଣ ମାଉଣ୍ଟ ଏଭରେଷ୍ଟ ଚଢ଼ାଳି ରହିଛନ୍ତି। ରବିବାର ସକାଳ ୬ଟାରୁ ସେମାନେ ସର୍ଚ୍ଚ ଅପରେସନ୍‌ରେ ଲାଗି ପଡ଼ିଛନ୍ତି। ଯେଉଁ ଯେଉଁ ସ୍ଥାନରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ସମ୍ଭାବନା ରହିଛି ସେହିଗୁଡ଼ିକ ସ୍ଥାନରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଛି। ଅରୁଣାଞ୍ଚଳ ପ୍ରଦେଶ ସିୟାଙ୍ଗ ଜିଲାର ପାୟୁମ ସର୍କଲରେ ଥିବା ଘନ ଜଙ୍ଗଲ ଓ କାୟିଙ୍ଗ ସର୍କଲରେ ପର୍ବତାରୋହୀମାନେ ନିଖୋଜ ବିମାନକୁ ଖୋଜିବାରେ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri