ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ୯ଦିନ ପରେ କୂଅରୁ ଉଦ୍ଧାର: ହାତଗୋଡ ବନ୍ଧା ହୋଇଥିବାରୁ ହତ୍ୟା ସନ୍ଦେହ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ନିଖୋଜ ଥିବା ଜନୈକ ବ୍ୟକ୍ତିଙ୍କ ଗଳିତ ମୃତଦେହ ଦୀର୍ଘ ୯ଦିନ ପରେ ଶୁକ୍ରବାର ପୋଲିସ ହାତଗୋଡ ବନ୍ଧା ଅବସ୍ଥାରେ ଏକ କୂଅ ମଧ୍ୟରୁ ଉଦ୍ଧାର କରିଛି ା ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହେଉଛି। ମୃତକ ହେଲେ ଯୋଗିଆପଲ୍ଲୀ ପଞ୍ଚାୟତ ତେନ୍ତୁଳିଆପଲ୍ଲୀ ଗ୍ରାମର ଧୋବା ପ୍ରଧାନ(୪୭)। ଗତ ଅଗଷ୍ଟ ୧ ତାରିଖ ସକାଳ ୭ଟାରୁ ସେ ଘରୁ ନିଖୋଜ ଥିବା ନେଇ ପରିବାରବର୍ଗ ଖଣ୍ଡପଡା ଥାନାରେ ଅଭିଯୋଗ କରିଥିଲେ। ୯ ଦିନ ପରେ ତେନ୍ତୁଳିଆପଲ୍ଲୀ ଗ୍ରାମର କୁନିଆ ନାୟକଙ୍କ ଘର ପଛପାର୍ଶ୍ୱରେ ଥିବା ଏକ କୂଅରୁ ଧୋବାଙ୍କ ମୃତଦେହ ପୋଲିସ ଉଦ୍ଧାର କରିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର କେତେକ ଅସାମାଜିକ ଲୋକ ତାଙ୍କୁ ହତ୍ୟା କରି କୂଅରେ ପକାଇ ଦେଇଛନ୍ତି ବୋଲି ମୃତକଙ୍କ ପରିବାର ଲୋକ ଖଣ୍ଡପଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଥିବା ବେଳେ ସମ୍ପୃକ୍ତ ଅସାମାଜିକ ଲୋକମାନେ ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗ୍ରାମଛାଡି ଫେରାର ହୋଇଯାଇଛନ୍ତିି ା କୂଅ ମଧ୍ୟରୁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଖଣ୍ଡପଡା ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ଏ ସମ୍ପର୍କରେ ଖଣ୍ଡପଡା ଥାନାରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ବିମଳ କୁମାର ମଲ୍ଲିକ ସୂଚନା ଦେଇଛନ୍ତି ା ଅନ୍ୟପକ୍ଷେ ଏ ଘଟଣା ନେଇ ଉତ୍ତେଜନା ପ୍ରକାଶ ପାଇଥିବାରୁ ଗ୍ରାମରେ ପୋଲିସ ମୁତୟନ ଅଛନ୍ତି। ପୋଲିସ ଭୟରେ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri