ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ୯ଦିନ ପରେ କୂଅରୁ ଉଦ୍ଧାର: ହାତଗୋଡ ବନ୍ଧା ହୋଇଥିବାରୁ ହତ୍ୟା ସନ୍ଦେହ

ଖଣ୍ଡପଡା,୧୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ନିଖୋଜ ଥିବା ଜନୈକ ବ୍ୟକ୍ତିଙ୍କ ଗଳିତ ମୃତଦେହ ଦୀର୍ଘ ୯ଦିନ ପରେ ଶୁକ୍ରବାର ପୋଲିସ ହାତଗୋଡ ବନ୍ଧା ଅବସ୍ଥାରେ ଏକ କୂଅ ମଧ୍ୟରୁ ଉଦ୍ଧାର କରିଛି ା ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହେଉଛି। ମୃତକ ହେଲେ ଯୋଗିଆପଲ୍ଲୀ ପଞ୍ଚାୟତ ତେନ୍ତୁଳିଆପଲ୍ଲୀ ଗ୍ରାମର ଧୋବା ପ୍ରଧାନ(୪୭)। ଗତ ଅଗଷ୍ଟ ୧ ତାରିଖ ସକାଳ ୭ଟାରୁ ସେ ଘରୁ ନିଖୋଜ ଥିବା ନେଇ ପରିବାରବର୍ଗ ଖଣ୍ଡପଡା ଥାନାରେ ଅଭିଯୋଗ କରିଥିଲେ। ୯ ଦିନ ପରେ ତେନ୍ତୁଳିଆପଲ୍ଲୀ ଗ୍ରାମର କୁନିଆ ନାୟକଙ୍କ ଘର ପଛପାର୍ଶ୍ୱରେ ଥିବା ଏକ କୂଅରୁ ଧୋବାଙ୍କ ମୃତଦେହ ପୋଲିସ ଉଦ୍ଧାର କରିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗ୍ରାମର କେତେକ ଅସାମାଜିକ ଲୋକ ତାଙ୍କୁ ହତ୍ୟା କରି କୂଅରେ ପକାଇ ଦେଇଛନ୍ତି ବୋଲି ମୃତକଙ୍କ ପରିବାର ଲୋକ ଖଣ୍ଡପଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଥିବା ବେଳେ ସମ୍ପୃକ୍ତ ଅସାମାଜିକ ଲୋକମାନେ ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗ୍ରାମଛାଡି ଫେରାର ହୋଇଯାଇଛନ୍ତିି ା କୂଅ ମଧ୍ୟରୁ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଖଣ୍ଡପଡା ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ଏ ସମ୍ପର୍କରେ ଖଣ୍ଡପଡା ଥାନାରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ବିମଳ କୁମାର ମଲ୍ଲିକ ସୂଚନା ଦେଇଛନ୍ତି ା ଅନ୍ୟପକ୍ଷେ ଏ ଘଟଣା ନେଇ ଉତ୍ତେଜନା ପ୍ରକାଶ ପାଇଥିବାରୁ ଗ୍ରାମରେ ପୋଲିସ ମୁତୟନ ଅଛନ୍ତି। ପୋଲିସ ଭୟରେ ଗ୍ରାମ ପୁରୁଷଶୂନ୍ୟ ହୋଇଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri