ନିଖୋଜ ଯୁବକଙ୍କ ଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାରିପଦା ଅଫିସ,୨୦।୫: ଗୁରୁବାରଠାରୁ ନିଖୋଜ ଥିବା ରାକେଶ ନାୟକ ନାମକ ଜଣେ ଯୁବକଙ୍କ ଦଗ୍ଧ ମୃତଦେହକୁ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କେନ୍ଦୁମୁଣ୍ଡି ଗ୍ରାମ ନିକଟସ୍ଥ ନାଳ ନିକଟରୁ ରବିବାର ପୋଲିସ ଉଦ୍ଧାର କରିଛି। ସୁପରିକଳ୍ପିତ ଯୋଜନାକ୍ରମେ ତାଙ୍କୁ ନିଆଁରେ ପୋଡି ହତ୍ୟା କରାଯାଇଥିବା ତାଙ୍କ ପରିବାର ବର୍ଗ ଅଭିଯୋଗ କରିଛନ୍ତି। ପୋଲିସ ସନ୍ଧାନୀ କୁକୁର ଆଣି ତଦନ୍ତ କରୁଥିଲେ ମଧ୍ୟ ହତ୍ୟା ରହସ୍ୟ ଭେଦ କରିପାରିନାହିଁ। ଏହି ଘଟଣା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ମୃତ ରାକେଶଙ୍କ ଘର ନିକଟସ୍ଥ ବିସିପୁର ଗ୍ରାମରେ। ସେ ଦଶରଥ ନାୟକଙ୍କ ବଡପୁଅ । ଗୁରୁବାର ଠାରୁ ନିଖୋଜ ଥିଲେ। ରବିବାର ସକାଳେ କେନ୍ଦୁମୁଣ୍ଡି ନିକଟସ୍ଥ ନାଳ ନିକଟକୁ ସ୍ଥାନୀୟ ଲୋକେ ଯାଇଥିବା ବେଳେ ସେଠାରେ ମୃତଦେହ ପଡିଥିବା ଦେଖିଥିଲେ। ଏନେଇ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା। ପରିବାର ଲୋକେ ଆସି ମୃତଦେହକୁ ଚିହ୍ନଟ କରିଥିଲେ। ରାକେଶ ନିଖୋଜ ହେବାର ୨ ଦିନ ପରେ ତାଙ୍କ ଦଗ୍ଧିଭୂତ ମୃତଦେହ ଉଦ୍ଧାର ହେବା ଘଟଣା ପଛରେ ଅନେକ ରହସ୍ୟ ଲୁଚି ରହିଥିତ୍ବା ସନ୍ଦେହ କରାଯାଉଛି। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ରହସ୍ୟ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri