ନିଖୋଜ ଶୁଭେନ୍ଦୁଙ୍କ ମୃତଦେହ ମିଳିଲା: ବ୍ୟବଚ୍ଛେଦ ପାଇଁ ଛାଡୁନାହାନ୍ତି ପରିବାରବର୍ଗ

ରାଇକିଆ,୬।୨(ଡି.ଏନ୍‌.ଏ.) : ଜାନୁୟାରୀ ୧୫ରୁ ନିଖୋଜ ଥିବା କନ୍ଧମାଳ ଜିଲା ରାଇକିଆ କନ୍ୟାଶ୍ରମ ସାହିର ଶୁଭେନ୍ଦୁ ମଲିକଙ୍କ ମୃତଦେହ ଗୁରୁବାର ଡଲାମାହା ପାହାଡ଼ରୁ ଉଦ୍ଧାର କରାଯାଇଛି। ସକାଳୁ ପାହାଡ଼ ନିକଟରେ ଏକ ମୃତଦେହ ପଡ଼ିଥିବା ଏବଂ ତାହା ପଚି ଗନ୍ଧ ବାହାରୁଥିବା ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇବା ପରେ ମୃତକଙ୍କ ପରବାରବର୍ଗଙ୍କୁ ଖବର ଦେଇଥିଲା। ପରିବାର ଲୋକେ ମୃତଦେହ ଦେଖି ଚିହ୍ନଟ କରିଥିଲେ। ଅନ୍ୟପକ୍ଷରେ ଶୁଭେନ୍ଦୁ ୨୨ଦିନ ହେଲା ନିଖୋଜ ହୋଇଥିଲେ ମଧ୍ୟ କୌଣସି ପତ୍ତା ମିଳୁ ନ ଥିଲା ା ଏପରିକି ପୋଲିସରେ ଅଭିଯୋଗ ପରେ ମଧ୍ୟ କୌଣସି ସନ୍ଧାନ ମିଳି ନ ଥିଲା। ହତ୍ୟା ହୋଇଥିବା ନେଇ ସନ୍ଦେହ କରି ପୋଲିସକୁ ସୂଚନା ଦିଆଯାଇଥିଲେ ହେଁ ପୋଲିସ ତାକୁ ଗ୍ରହଣ କରି ନ ଥିଲା ବୋଲି ମୃତକଙ୍କ ଭାଇ କହିଛନ୍ତି। ଏହାର ପ୍ରତିବାଦ କରି ସୋମବାର ପରିବାର ଲୋକେ ଏବଂ ସାହିବାସିନ୍ଦା ରାଇକିଆ-ଜି.ଉଦୟଗିରି-ବାଲିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଅବରୋଧ କରୁଥିବା ଏବଂ ଆଇନ ଶୃଙ୍ଖଳା ଭଙ୍ଗ କରୁଥିବା ଦର୍ଶାଇ ପୋଲିସ ୨୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ା ବୁଧବାର ଗିରଫ ସାହି ବାସିନ୍ଦା ଜାମିନ ପାଇ ଫେରିଥିବା ବେଳେ ଗୁରୁବାର ସକାଳୁ ମୃତଦେହ ମିଳିଥିଲା ା ଖବର ଲେଖା ହେବା ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକେ ବ୍ୟବଚ୍ଛେଦ ପାଇଁ ମୃତଦେହ ନିକଟକୁ ପୋଲିସକୁ ଛାଡ଼ୁନାହାନ୍ତି ା ପୋଲିସର ଅବହେଳା ଅଭିଯୋଗ କରି ଉଚ୍ଚ ପଦାଧିକାରୀ ଆସିଲେ ଛଡ଼ାଯିବ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri