Posted inଖେଳ

ନିଜକୁ ପ୍ରମାଣ କଲେ ଅର୍ଜୁନ ତେନ୍ଦୁଲକର

ନୂଆଦିଲ୍ଲୀ,୧୮।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ପୁଣି ଥରେ ନିଜକୁ ପ୍ରମାଣ କରି ଦେଖାଇଛନ୍ତି। ବର୍ତ୍ତମାନ ଇଂଲଣ୍ଡରେ ଏମ୍‌ସିସି ୟଙ୍ଗ କ୍ରିକେଟର୍ସ ଦଳ ପକ୍ଷରୁ ଖେଳୁଥିବା ଅର୍ଜୁନ ଦ୍ୱିତୀୟ ଏକାଦଶ ଚାମ୍ପିୟନଶିପ୍‌ ମ୍ୟାଚ୍‌ରେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବାମହାତୀ ପେସର ଏକ ଚମତ୍କାର ବଲରେ ସରେ ଓପନର ନାଥନ ଟିଲେଙ୍କୁ କ୍ଲିନ ବୋଲ୍ଡ କରିଥିଲେ। ୩ୟ ଓଭରର ପ୍ରଥମ ବଲରେ ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କୁ ଓଭର ଦ ଉଇକେଟ ଅଞ୍ଚଳରୁ କୋଣ କରି ବୋଲିଂ କରିଥିଲେ, ଯାହା କି ଅଫ୍‌ ଷ୍ଟମ୍ପର ଶୀର୍ଷରେ ବାଜିଥିଲା। ଏହାର ଏକ ଭିଡିଓ ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡ ପକ୍ଷରୁ ସୋସିଆଲ ମିଡିଆରେ ଶେୟାର କରାଯାଇଛି। ମୁମ୍ବାଇ ୨୩ ବର୍ଷରୁ କମ୍‌ ଦଳର ସଦସ୍ୟ ୧୧ ଓଭର ବୋଲିଂ କରି ୫୦ ରନ୍‌ ବ୍ୟୟରେ ୨ ଉଇକେଟ ନେଇ ସ୍ପେଲ ଶେଷ କରିଥିଲେ। ଗତବର୍ଷ ତାଙ୍କୁ ୧୯ ବର୍ଷରୁ କମ୍‌ ଭାରତୀୟ ଦଳରେ ପ୍ରଥମ ଥର ଲାଗି ସ୍ଥାନ ମିଳିଥିଲା। ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଏକ ଯୁବ ଟେଷ୍ଟ ମ୍ୟାଚ୍‌ରେ ସେ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?