Posted inଜାତୀୟ

ନିଜର ଅନୁଭୂତି ବଖାଣିଲେ କରୋନାକୁ ହରାଇଥିବା ଦିଲ୍ଲୀର ପ୍ରଥମ ରୋଗୀ

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌କୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳିଯାଇଛି। ଭାରତରେ ଏପର୍ଯ୍ୟନ୍ତ ୧୧୬ଟି ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇସାରିଛି। ଦେଶର ଅଧିକାଂଶ ରାଜ୍ୟରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲ, କଲେଜ, ସିନେମା ହଲ୍‌, ମଲ୍‌ ଓ ଜିମ୍‌ ବନ୍ଦ ରଖାଯାଇଛି। ଇତିମଧ୍ୟରେ ଭାରତ ପ୍ରଥମ କରୋନା ଭାଇରସ୍‌ ସଂକ୍ରମିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଘରକୁ ଆସିବା ପରେ ସେ ନିଜର ଅନୁଭୂତିକୁ ଶେୟାର କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀର ମୟୁର ବିହାରରେ ରହୁଥିବା ୪୫ ବର୍ଷୀୟ ରୋହିତ ଦତ୍ତା ସଫଦରଜଙ୍ଗ ହସ୍ପିଟାଲରୁ ଶନିବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଘରକୁ ଫେରିବା କରୋନା ସହ ତାଙ୍କ ଯାତ୍ରା କିଭଳି ଥିଲା ସେନେଇ ରୋହିତ ପ୍ରକାଶ କରିଛନ୍ତି। ଶରୀରରେ ଏବେ କରୋନା ଭାଇରସ୍‌ ଦୂରେଇ ଯାଇଥିବା ବେଳେ ଏହା ତାଙ୍କ ପାଇଁ ପୁନର୍ଜନ୍ମ ସଦୃଶ ଭଳି ରୋହିତ କହିଛନ୍ତି। ଏଥିସହ ସେ ଆଇସୋଲେଶନ୍‌ ଓ୍ବାର୍ଡର ଅନୁଭବ ବଖାଣିଛନ୍ତି। ସେ କହିଛନ୍ତି, ଆଇସୋଲେଶନ୍‌ ଓ୍ବାର୍ଡ କୌଣସି ଭିଆଇପି ରୁମ୍‌ଠାରୁ କମ୍‌ ନ ଥିଲା। ରୋହିତ ପରିବାରଠାରୁ ଦୂରେଇ ଏକୁଟିଆ ରହୁଥିବାରୁ କଷ୍ଟ ଅନୁଭବ ହେଉଥିଲା। ଥରେ ଥରେ ଭାବୁଥିଲେ ସେ ଆଉ ଫେରିବେ କି ନାହିଁ। ଯେତେେବେଳ ମନ ଅସ୍ଥିର ଲାଗୁଥିଲା ସେତେବେଳେ ଉକ୍ତ ଓ୍ବାର୍ଡରୁ ମୋବାଇଲ୍‌ରେ ପରିବାରଲୋକଙ୍କ ସହ କଥା ହେଉଥିଲେ। ଏଥିସହ ଆଇସୋଲେଶନ୍‌ ଓ୍ବାର୍ଡରେ ରୋହିତ ଫିଲ୍ମ ଦେଖିବା ସହ ବହି ମଧ୍ୟ ପଢ଼ୁଥିଲେ। ଚିକିତ୍ସା ସମୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ଭିଡିଓ କଲ୍‌ କରି ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଭଲ ଲାଗିଥିଲା। ତେବେ ସମୟକ୍ରମେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ଡାକ୍ତର ପୁଣି ଥରେ ତାଙ୍କର ରକ୍ତ ନମୂନା ପରୀକ୍ଷା କରାଇଥିଲେ। ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା। ଏଥିସହ ତାଙ୍କୁ ୧୪ ଦିନ ପାଇଁ ଘରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ତେବେ କରୋନାକୁ ଭୟ ନ କରି ସାବଧାନତା ଅବଲମ୍ବନ କରନ୍ତୁ ବୋଲି ସେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି। କରୋନା ସହ ଲଢ଼ି ପୁଣି ଥରେ ଜୀବନ ଜିଇଁ ହେବ। ଯାହାର ଜ୍ୱଳନ୍ତ ଉଦାହରଣ ସେ ନିଜେ ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri