ନିଜାମୁଦ୍ଦିନ୍‌ରେ ଧାର୍ମିକ ସମାବେଶ ପାଇଁ କିଏ ଦେଇଥିଲେ ଅନୁମତି: ଶରଦ ପାଓ୍ବାର

ନୂଆଦିଲ୍ଲୀ,୬।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ତବଲିଘ୍‌ ଜମାତ୍‌ ଯୋଗୁ ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୈତିକସ୍ତରରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ଏଠାରେ ଧାର୍ମିକ ସମାବେଶ ଆୟୋଜନ କରିବା ଲାଗି ଆୟୋଜକଙ୍କୁ କିଏ ଅନୁମତି ଦେଇଥିଲେ ବୋଲି ସୋମବାର ଏନସିପି ପକ୍ଷରୁ ଶରଦ ପାଓ୍ବାର ପ୍ରଶ୍ନ କରିଛନ୍ତି। ସେ ଫେସବୁକ୍‌ ଲାଇଭ୍‌ରେ ଏଭଳି ପ୍ରଶ୍ନ କରିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ ଦେଶମୁଖ ମୁମ୍ବାଇ ନିକଟରେ ଓ ସୋଲାପୁରଠାରେ ଏଭଳି ସମାବେଶ ଲାଗି ଅନୁମତି ଦେଇ ନ ଥିଲେ। ସୋଲାପୁରରେ ଆୟୋଜକ ସରକାରୀ ଆଦେଶକୁ ନ ମାନିବାରୁ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ମାତ୍ର ନିଜାମୁଦ୍ଦିନ୍‌ରେ ଏଭଳି ସମାବେଶ ସହଜରେ ଅନୁଷ୍ଠିତ ହୋଇଥିଲା। ମହାରାଷ୍ଟ୍ରରେ ଉଦ୍ଧବ ସରକାର ଏଭଳି ସମସ୍ୟାର ସହଜ ସମାଧାନ କରିଥିବାବେଳେ ଦେଶର ରାଜଧାନୀରେ ବହୁଲୋକଙ୍କ ସମାବେଶକୁ କିଭଳି ରୋକା ଯାଇପାରିଲା ନାହିଁ ତାହା ଶରଦ ପ୍ରଶ୍ନ କରିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ଲୋକ ଦେଶର ବିଭିନ୍ନ ଅଞ୍ଚଳକୁ ଯାଇଛନ୍ତି। ଏହାଦ୍ୱାରା ସଂକ୍ରମଣ ବଢ଼ିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri