Posted inଜାତୀୟ

ନିଜ ଘରକୁ ହସ୍ପିଟାଲ କରିବାକୁ ପ୍ରସ୍ତାବ ଦେଲେ କମଲ ହାସନ

ନୂଆଦିଲ୍ଲୀ,୨୬ା୩: ତାମିଲ ସୁପରଷ୍ଟାର ତଥା ଅଭିନେତାରୁ ରାଜନେତା ପାଲଟିଥିବା କମଲ ହାସନ କରୋନା ଭୂତାଣୁ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ତାଙ୍କ ଚେନ୍ନାଇସ୍ଥିତ ପୂର୍ବ ବାସଭବନକୁ ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଉକ୍ତ ବାସଭବନ ଏବେ ତାଙ୍କ ପାର୍ଟି ମକ୍କାଲ ନିଧି ମାଏମ (ଏମ୍‌ଏନ୍‌ଏମ୍‌) ଦ୍ୱାରା ବ୍ୟବହାର ହେଉଛି। ସେ ଏକ ଟୁଇଟ୍‌ କରି ଏ ସମ୍ପର୍କରେ ଜଣାଇବା ସହ ସରକାରଙ୍କ ଅନୁମତି ପାଇବା ପରେ ତାହା କରିବାକୁ ପ୍ରସ୍ତୁତ ଥିବା କହିଛନ୍ତି। ଏପରି ସଙ୍କଟ ସମୟରେ ଯେଉଁମାନେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ସଂଗ୍ରାମ କରୁଛନ୍ତି ସେମାନଙ୍କୁ ସହାୟତା କରିବାକୁ ସେ ଘୋଷଣା କରିଛନ୍ତି। ହାସନଙ୍କ ଏହି ନିଷ୍ପତ୍ତିକୁ ପ୍ରଶଂସକ ଓ ବିଭିନ୍ନ ମହଲରୁ ପ୍ରଶଂସା କରାଯାଉଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମଙ୍ଗଳବାର ରାତିରେ ୨୧ ଦିନ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ବୁଧବାର କମଲ ହାସଲ ତାମିଲରେ ଏକ ଟୁଇଟ୍‌ କରି କହିଥିଲେ ଯେ, ଦୈନିକ ମଜୁରିଆମାନେ ଏହି ୨୧ ଦିନ ସେମାନଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ କେଉଁଠିକୁ ଯିବେ ତାହା ସରକାର ଚିନ୍ତା କରିବା ଆବଶ୍ୟକ। ସେମାନଙ୍କ ଦୁର୍ଦ୍ଦଶାକୁ ଅଣଦେଖା କରା ନ ଯାଉ। ଏବେ କେବଳ ଧନୀ ଉଦ୍ୟୋଗପତିଙ୍କୁ ସାହାଯ୍ୟ କରିବାର ସମୟ ନାହିଁ। କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକ ସବୁବେଳେ ଆମ ଅର୍ଥ ବ୍ୟବସ୍ଥାକୁ ବଞ୍ଚାଇ ରଖିଛନ୍ତି। ଯେଉଁମାନେ ତାହାକୁ ଅଣଦେଖା କରିଛନ୍ତି ସେମାନେ ନିଜର ସ୍ଥିତି ହରାଇ ଦେଇଛନ୍ତି। ଏହା ଇତିହାସ ବୋଲି ହାସନ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି।
ସୂଚନାଥାଉ କି ୬୫ ବର୍ଷୀୟ ହାସନ ଓ ତାଙ୍କ ସାନ ଝିଅ ଅକ୍ଷରା ବର୍ତ୍ତମାନ ଚେନ୍ନାଇରେ ଅଲଗା ଅଲଗା ଘରେ ରହୁଛନ୍ତି। ତାଙ୍କ ବଡ଼ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ ୧୦ ଦିନ ତଳେ ଲଣ୍ଡନରୁ ଫେରିବା ପରେ ଏକାକୀ ମୁମ୍ବାଇର ଏକ ଘରେ କ୍ୱାରାଣ୍ଟାଇନରେ ରହୁଥିବା ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସେହିପରି ହାସନଙ୍କ ଧର୍ମପତ୍ନୀ ସାରିକା ମୁମ୍ବାଇର ଆଉ ଏକ ଘରେ ଏକାକୀ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?