Posted inଜାତୀୟ

ନିଜ ଦରମା ଟଙ୍କା ବି ଦାନ କରିଦେଉଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ, ଜାଣନ୍ତୁ ତାଙ୍କ ବିଷୟରେ କିଛି ରୋଚକ ତଥ୍ୟ

ସମାଜ ପାଇଁ ଗୁରୁଙ୍କ ଅବଦାନ ଅତୁଳନୀୟ। ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫କୁ ୧୯୬୨ ମସିହାରୁ ଗୁରୁଦିବସ ଭାବେ ପାଳନ ହୋଇଆସୁଛି। ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷାବିତ୍‌, ଦାର୍ଶନିକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ।

୧୮୮୮ ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ବ୍ୟକ୍ତିତ୍ୱ। ରାଧାକ୍ରିଷ୍ଣନଙ୍କ ଶୈଶବ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା ଏବଂ ତାଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ ମିସନାରି ସ୍କୁଲରେ।

ଉଚ୍ଚ ଶିକ୍ଷା ପରେ, ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି କଲେଜରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି ମିଳିଥିଲା। ଏହାପରଠାରୁ ରାଧାକ୍ରିଷ୍ଣନ ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ।

୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ୱବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ। ତା’ପରେ କଲିକତା ବିଶ୍ୱବିଦ୍ୟାଳୟ, ଲଣ୍ଡନର ହାର୍ଭାଡ ବିଶ୍ୱବିଦ୍ୟାଳୟ, ମାଂଚେଷ୍ଟର ବିଶ୍ୱବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ।

ରାଧାକ୍ରିଷ୍ଣନ ମାତ୍ର ୧୬ ବର୍ଷ ବୟସରେ ବିବାହ କରିଥିଲେ। ତାଙ୍କର ୫ଟି ଝିଅ ଏବଂ ଜଣେ ପୁଅ ଅଛନ୍ତି।

ପିଲାଦିନେ ରାଧାକ୍ରିଷ୍ଣନଙ୍କ ପିତା ଚାହୁଁ ନ ଥିଲେ ତାଙ୍କ ପୁଅ ଇଂରାଜୀ ଶୁଖୁ। ସେ ଚାହୁଁଥିଲେ ପୁଅ ପଳଜାରୀ କାମ କରୁ। କିନ୍ତୁ ଇଂରାଜୀ ବେଶ୍‌ ପାରଦର୍ଶିତା ହାସଲ କରିଥିଲେ ରାଧାକ୍ରିଷ୍ଣନ। ‘ଶ୍ରୀମଦଭଗବତଗୀତା’କୁ ଇଂରାଜୀରେ ଅନୁବାଦ କରିଥିଲେ ଡ. ରାଧାକ୍ରିଷ୍ଣନ। ବେଦ ଓ ଉପନିଷଦକୁ ଅତି ସୁନ୍ଦର ଭାବରେ ବ୍ୟାଖ୍ୟା କରୁଥିଲେ ସେ।

ରାଧାକ୍ରିଷ୍ଣନ ଅତ୍ୟନ୍ତ ଦୟାଳୁ ସ୍ବଭାବର ଥିଲେ। ଭାରତର ରାଷ୍ଟପତି ହେବା ପରେ ମଧ୍ୟ ନିଜ ଦରମାରୁ ମାତ୍ର ଅଢେଇ ହଜାର ଟଙ୍କା ରଖି ବାକି ସବୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରିଦେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?