ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ

କୋକସରା,୯।୬(ଡି.ଏନ.ଏ.)-ଦିଲ୍ଲୀର ଏକ କମ୍ପାନୀରେ ଚାକିରୀ କରୁଥିବା ପୁଅ ଗାଁକୁ ଫେରିଥିଲେ । ହେଲେ କରେନା କଟକଣାକୁ ପାଳନ କରୁଥିବା ତାଙ୍କ ସରପଞ୍ଚ ମାଆ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତରେ ଏହି ଘଟଣା ଦେଖିବାକୁ ମିଳିଛି ।

ଗମ୍ଭାରୀଗୁଡା ସରପଞ୍ଚ ନନ୍ଦିତା ସାହୁ । ତାଙ୍କ ପୁଅ ଲୋକେଶ ଦିଲ୍ଲୀର ଏକ କମ୍ପାନୀରେ ସଫ୍ଟଓ୍ବୋର ଇଞ୍ଜିନିୟର ଭାବେ କାମ କରୁଥିଲେ । ଲକ୍‌ଡାଉନ ଯୋଗୁ ସେଠାକାର କମ୍ପାନୀ ବନ୍ଦ ହୋଇଯାଇଥିଲା । ତଥାପି ଫେରିବାର ଉପାୟ ନ ଥିବାରୁ ଲୋକେଶ ସେଠାରେ ବହୁଦିନ ଅଟକି ରହିଥିଲେ । କଟକଣା କେହଳ ହେବା ପରେ ବିମାନ ଚଳାଚଳ ଆରମ୍ଭ ହୋଇଥିଲା । ଫଳରେ ଲୋକେଶ ଦିଲ୍ଲୀରୁ ବିମାନରେ ଆସି ଝାରସୁଗୁଡ଼ା ବିମାନ ବନ୍ଦରରେ ସୋମବାର ପହଞ୍ଚତ୍ଥିଲେ । ସେଠାରୁ ଗାଡ଼ିରେ ନିଜ ଗାଁକୁ ଫେରିଥିଲେ । ହେଲେ ଏତେଦିନ ପରେ ପୁଅ ଘରକୁ ଫେରିଥିଲେ ମଧ୍ୟ ସରପଞ୍ଚ ମାଆ ନନ୍ଦିତା ତିଳେମାତ୍ର ଭାବବିହ୍ବଳ ହୋଇ ନ ଥିଲେ । ନିଜ କର୍ତ୍ତବ୍ୟ ଓ ଦାୟିତ୍ୱକୁ ସେ ପାଳନ କରିଥିଲେ । ରାଜ୍ୟ ବାହାରକୁ ଆସୁଥିବା ପ୍ରବାସୀ ଶ୍ରମିକଙ୍କ ପରି ନିଜ ପୁଅ ଲୋକେଶଙ୍କୁ ସେ ଓଲମା ଗାଁ ରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରଖିବାକୁ ପରାମର୍ଶ ଦେଇଥିଲେ । ପୁଅ ଲୋକେଶ ବି ମାଆଙ୍କ କଥାକୁ ମାନି ଏବେ ପ୍ରବାସୀ ଶ୍ରମିକଙ୍କ ପରି ସେହି ସେଣ୍ଟରରେ ରହୁଛନ୍ତି । ସେଠାରେ ସମସ୍ତଙ୍କ ପାଇଁ ଯେଉଁ ଖାଦ୍ୟ ମିଳୁଛି ତାକୁ ଖାଉଛନ୍ତି । ଲୋକେଶଙ୍କ ସହିତ ଆସିଥିବା ତାଙ୍କର ୨ ଜଣ ସାଙ୍ଗ ମଧ୍ୟ ସେହି ସେଣ୍ଟରରେ ରହୁଛନ୍ତି । କ୍ୱାରାଣ୍ଟାଇନ ସେଣ୍ଟରର ଅବଧି ସରିବା ପରେ ସମସ୍ତେ ଘରକୁ ଫେରି ହୋମ୍‌କ୍ୱାରାଣ୍ଟାଇନରେ ରହିବେ ବୋଲି କହିଛନ୍ତି । ଏ ନେଇ ଲୋକେଶ କହିଛନ୍ତି, ମୋ ମାଆ ଜଣେ ସରପଞ୍ଚ ହିସାବରେ ଯେଉଁ ପଦକ୍ଷେପ ନେଇଛନ୍ତି ସେଥିପାଇଁ ମୁଁ ଗର୍ବିତ । କାରଣ ମୁଁ ମଧ୍ୟ ଦିଲ୍ଲୀରୁ ଆସିଛି । ନିୟମ ଅନୁସାରେ ସେ ମୋତେ କ୍ୱାରାଣ୍ଟାଇନ ସେଣ୍ଟରେ ରଖିଛନ୍ତି । ରାଜ୍ୟ ସରକାର ତାଙ୍କୁ ଯେଉଁ ଗୁରୁ ଦାୟିତ୍ୱ ଦେଇଛନ୍ତି ତାକୁ ସମ୍ମାନ ଜଣେଇବା ଆମର ପ୍ରଥମ କର୍ତ୍ତବ୍ୟ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri