ନିଜ ପ୍ରଶଂସକଙ୍କୁ ସଲମାନଙ୍କ ଅପିଲ୍‌: ଦୁଃଖ ସମୟରେ ସୁଶାନ୍ତଙ୍କ ପରିବାର-ପ୍ରଶଂସକଙ୍କ ସହ ଛିଡ଼ା ହୁଅନ୍ତୁ

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା କୌଣସି ଥ୍ରିଲର ଫିଲ୍ମଠାରୁ କମ୍‌ ନୁହେଁ। କ’ଣ ପାଇଁ ସେ ଏଭଳି ଚରମ ନିଷ୍ପତ୍ତି ନେଲେ ତାହାକୁ ନେଇ ଚର୍ଚ୍ଚା ହୋଇ ଆସୁଛି। ‘ନେପୋଟିଜିମ୍‌’ ଅଥବା ବଂଶବାଦ କାରଣରୁ ସେ ଭାଙ୍ଗି ପଡ଼ିଥିଲେ। ଗୋଟିଏ ପରେ ଗୋଟିଏ ଫିଲ୍ମ ହାତରୁ ଚାଲିଯିବାରୁ ସେ ବିଷାଦଗ୍ରସ୍ତ ହୋଇ ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ଅପରପକ୍ଷେ ବଂଶବାଦକୁ ପ୍ରୋତ୍ସାହନ ଦେଉଥିବା କିଛି କଳାକାର ଏବଂ ନିର୍ଦ୍ଦେଶକଙ୍କୁ ସୁଶାନ୍ତଙ୍କ ପ୍ରଶଂସକ ଟାର୍ଗେଟ କରି ଟ୍ରୋଲ କରୁଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଦବଙ୍ଗ ଖାନ୍‌ ସଲମାନ୍‌।

ସୋସିଆଲ ମିଡିଆରେ ସଲମାନଙ୍କୁ ସୁଶାନ୍ତଙ୍କ ପ୍ରଶଂସକ ଟ୍ରୋଲ କରିଥିଲେ। ହେଲେ ସଲମାନଙ୍କ ପ୍ରଶଂସକ ଏହାର ପ୍ରତିବାଦ କରିଥିଲେ। ଫଳରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଏବେ ଏହାକୁ ଦେଖି ମୁହଁ ଖୋଲିଛନ୍ତି ସଲମାନ୍‌। ସେ ନିଜ ପ୍ରଶଂସକଙ୍କୁ ସୁଶାନ୍ତଙ୍କ ପରିବାରକୁ ସମର୍ଥନ ଦେବାକୁ କହିଛନ୍ତି।

ଟୁଇଟ୍‌ କରି ଭାଇଜାନ୍‌ କହିଛନ୍ତି, ମୁଁ ମୋର ସବୁ ପ୍ରଂଶସକଙ୍କୁ ଅନୁରୋଧ କରୁଛି ସୁଶାନ୍ତଙ୍କ ପ୍ରଶଂସକଙ୍କ ସହ ଛିଡ଼ା ହୁଅନ୍ତୁ। କଟୁ ମନ୍ତବ୍ୟଦିଅନ୍ତୁ ନାହିଁ। ଭାବନାକୁ ବୁଝନ୍ତୁ। ଏପରି ବିପଦ ପରିସ୍ଥିତିରେ ସୁଶାନ୍ତଙ୍କ ପରିବାରକୁ ସାନ୍ବନା ଦିଅନ୍ତୁ। ପ୍ରିୟଜନଙ୍କୁ ହରାଇବା ବେଶ୍‌ ଦୁଃଖଦାୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri