Posted inଜାତୀୟ

ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର ଇଷ୍ଟ୍‌ ନିର୍ବାଚନମଣ୍ଡଳୀରେ ୧୯୯୫ରୁ ଲଗାତର ଜିତିଆସୁଥିବା ରଘୁବର ଏଠି ପ୍ରଥମଥର ପାଇଁ ହାରିଯାଇଛନ୍ତି। ତାଙ୍କ କ୍ୟାବିନେଟର ପୂର୍ବତନ ଖାଦ୍ୟମନ୍ତ୍ରୀ ସରଜୁ ରାୟଙ୍କୁ ଭାଜପା ଟିକେଟ ମିଳି ନ ଥିଲା। ଫଳରେ ସେ ରଘୁବରଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀ ହୋଇଥିଲେ। ଏହି ଆସନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆମତ୍ସମ୍ମାନର ପ୍ରଶ୍ନ ପାଲଟିଥିବାବେଳେ ସରଜୁଙ୍କୁ ଜେଏମ୍‌ଏମ୍‌ ଏବଂ ଭାଜପାର ସହଯୋଗୀ ସଂଯୁକ୍ତ ଜନତା ଦଳ (ଜେଡିୟୁ) ସମର୍ଥନ କରିଥିଲେ। ସରଜୁ ନିର୍ବାଚନରେ ରଘୁବରଙ୍କ ବିରୋଧରେ ଦୁର୍ନୀତିକୁ ବଡ଼ ପ୍ରସଙ୍ଗ କରିଥିଲେ। ଏପରି କି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଏହାକୁ ନେଇ ଫେରାଦ ହୋଇଥିଲେ। ସରଜୁ ଏହାପୂର୍ବରୁ ଲାଲୁ ଯାଦବ ଓ ମଧୁ କୋଡ଼ାଙ୍କ ବିରୋଧରେ ମଧ୍ୟ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାରେ ରହିଥିଲେ। ରଘୁବରଙ୍କ ସହ ତାଙ୍କ କ୍ୟାବିନେଟର ୪ ମନ୍ତ୍ରୀ ଓ ଭାଜପା ରାଜ୍ୟ ସଭାପତି ମଧ୍ୟ ନିର୍ବାଚନରେ ପରାଜୟ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri