ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ

ବ୍ରହ୍ମପୁର ଅଫିସ,୩୦ା୫-ପୁଣି ପୂର୍ବ ରେକର୍ଡକୁ ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ଚଳିତ ରଥ ଯାତ୍ରା ପୂର୍ବରୁ ସେ ନିଜ ପୂର୍ବ ରେକର୍ଡକୁ ଭାଙ୍ଗି କାଠରେ ନିର୍ମାଣ କରିଛନ୍ତି ବିଶ୍ୱର ସର୍ବ କ୍ଷୁଦ୍ରତମ ରଥ ା ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଢାଞ୍ଚାରେ ନିର୍ମିତ ଏହି ରଥ ଉଚ୍ଚତା ୧.୩ ସିଏମ୍‌ ରହିଛି ା ସତ୍ୟ ଏହାକୁ ମାତ୍ର ୪ ଘଣ୍ଟା ୩୦ ମିନିଟ ମଧ୍ୟରେ ପ୍ରସ୍ତୁତ କରିଥିବା କହିଛନ୍ତି ା ଏହି ରଥ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସଦୃଶ ୧୬ ଚକ, ୪ ଘୋଡା, ଦୁଇଟି ଓଲଟ ଶୁଆ ଖଞ୍ଜା ଯାଇଥିବା ବେଳେ ଏହାର ଓଜନ ମାତ୍ର ୬୦୦ ମିଲିଗ୍ରାମ ରହିଥିବା ସେ କହିଛନ୍ତି ା ଆଗକୁ ଏହି ରଥ ବିଶ୍ୱର ବିଭିନ୍ନ ରେକର୍ଡରେ ସ୍ଥାନ ପାଇବା ନେଇ ସତ୍ୟ ଆଶା ରଖିଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ରଥଯାତ୍ରା ଅବସରରେ ଶିଳ୍ପୀ ସତ୍ୟ କାଠରେ ୧.୪ ଇଞ୍ଚର ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କରି ରେକର୍ଡ ସୃଷ୍ଟି କରିଥିଲେ ା ଉକ୍ତ ରଥ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ଭାବେ ଏସିଆ ବୁକ ଅଫ୍‌ ରେକର୍ଡ, ଇଣ୍ଡିଆ ବୁକ ଅଫ୍‌ ରେକର୍ଡ, ନେସନାଲ ବୁକ ଅଫ୍‌ ରେକର୍ଡ, ୱାଲ୍ଡ ବୁକ ଅଫ୍‌ ରେକର୍ଡରେ ସ୍ଥାନୀତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri