ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ

ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ ମିଡିଆରେ ଏପରି ଏକ ବାର୍ତ୍ତା ଘୂରି ବୁଲୁଛି, ଯାହାକୁ ଦେଖିଲେ ଆପଣ ଘଡ଼ିଏ ଅଟକିଯିବେ। ହଁ, ବାର୍ତ୍ତାଟି ଜଣେ କୁନି ଅଭିନେତ୍ରୀଙ୍କର। ବୟସ ଅଳ୍ପ ହେଲେ ମଧ୍ୟ ପରାମର୍ଶ ଦେବାରେ ଓସ୍ତାଦ ଭଳି ସେ ଲାଗୁଛନ୍ତି। ତାଙ୍କ ନାଁ ହେଲା ନିତ୍ୟା ମୋୟାଲ।

ନିତ୍ୟା ନିଜର ଇନ୍‌ଷ୍ଟା ଆକାଉଣ୍ଟରେ ଭିଡିଓ ପୋଷ୍ଟ କରିଛନ୍ତି। ଏଥିରେ ସେ କରୋନା ଗୀତର ତାଳେତାଳେ ନାଚୁଥିବା ଦେଖାଯାଉଛି। ଏହାପରେ ଲୋକଙ୍କୁ ବାର୍ତ୍ତା ଦେଇ ସେ କହିଛନ୍ତି, କରୋନାଠାରୁ ବଞ୍ଚିବା ପାଇଁ ନିୟମିତ ବ୍ୟବଧାନରେ ହାତ ଧୁଅନ୍ତୁ। ସାନିଟାଇଜରର ବ୍ୟବହାର କରନ୍ତୁ। ମାସ୍କ ପିନ୍ଧନ୍ତୁ। ଆସନ୍ତା ରବିବାର ବାହାରକୁ ବାହାରନ୍ତୁ ନାହିଁ। ନିଜ ଘରେ ରୁହନ୍ତୁ।

ଏହାକୁ ଶେୟାର କରିବା ବେଳେ ନିତ୍ୟା ‘ଗୋ କରୋନା, ଷ୍ଟେ ସେଫ୍‌’ ଲେଖିଛନ୍ତି। ଭିଡିଓଟିକୁ ବେଶ୍‌ ପସନ୍ଦ କରାଯାଉଛି।
କରୋନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଜନତା କର୍ଫ୍ୟୁ’ ପାଇଁ ଆହ୍ବାନ ଦେଇଛନ୍ତି। ରବିବାର ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାହାରକୁ ନ ବାହାରି ଘରେ ରହିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri