ନିତ୍ୟାନନ୍ଦ ଆଶ୍ରମରେ ମକର ସଂକ୍ରାନ୍ତି: ଗୀତାଯଜ୍ଞ, ପ୍ରବଚନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

ବିଜେପୁର,୧୫।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ସହର ଉପକଣ୍ଠ ଗୋପଟିକ୍ରା ନିତ୍ୟାନନ୍ଦ ଆଶ୍ରମରେ ଚାଲିଥିବା ପଞ୍ଚ ଦିବସୀୟ ମକର ସଂକ୍ରାନ୍ତି ମହୋତ୍ସବର ବୁଧବାର ଅନ୍ତିମ ଦିବସରେ ଗୀତା ମହାଯଜ୍ଞ ଓ ପ୍ରବଚନ ଅନୁଷ୍ଠିତ ହୋଇଯାଇଛି। ଭୋରରୁ ଆଶ୍ରମରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ନୀତିକାନ୍ତି କରାଯାଇଥିଲା। ପୂର୍ବାହ୍ନରେ ବଟବୃକ୍ଷ ତଳେ ଲକ୍ଷ୍ମୀ ନାରାୟଣ ପୂଜା ହୋଇଥିଲା। ପରେ ଗୀତା ମହାଯଜ୍ଞ ଅନୁଷ୍ଠିତ ହୋଇଥିଲା। ସୈରେନ୍ଦ୍ରୀ ବେହେରା ଓ ଜଗନ୍ନାଥ ବେହେରା ମୁଖ୍ୟକର୍ତ୍ତା ସମେତ ପଞ୍ଚାନନ ସାହୁ, ଯୋଗୀନ୍ଦ୍ର ମେହେର, ହାଡୁ ମେହେର, ଗୋପୀନାଥ ମେହେର ପ୍ରମୁଖ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ। ମୁଖ୍ୟ ପୁରୋହିତ ସୁରେନ୍ଦ୍ର ମହାପାତ୍ର, ରମା ରମଣ ଗୁରୁ ଯଜ୍ଞ କାର୍ଯ୍ୟ ସମ୍ପାଦନ କରିଥିଲେ। ଆଶ୍ରମ ପରିସରରେ ରାଧା ରମଣ ଗୁରୁ ମକର ଚାଉଳ ବଣ୍ଟନ କରିଥିଲେ। ପରେ ମାନପୁର ଗ୍ରାମର ପାଲା ପରିବେଷିତ ହୋଇଥିଲା। ଉପସ୍ଥିତ ଶ୍ରଦ୍ଧାଳୁମାନଙ୍କୁ ଓଁକାର ଜୀ ମହାରାଜ ଓ ବ୍ୟାସଦେବ ପ୍ରବଚନ ଦେଇଥିଲେ। ବାଉଁଶପୋଲା, ଏମ ଗଣ୍ଡପାଲି, ବିଲେଇପାଲି, ସମଲାଇପଦର, ପାଣିମୋରା, ବିଜେପୁର, କେଉଁଟିପାଲି, କନ୍ଧରା, ଗୁଡିମୁଣ୍ଡା ଆଦି ବିଭିନ୍ନ ଗ୍ରାମର ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ପରିଲକ୍ଷିତ ହୋଇଥିଲା। ସଂସାର ପଣ୍ଡା, ଲବଣୀ ମେହେର, ଭୂପେନ ଗଡତୀୟା, ଗୁଣନିଧି ବାଗ, ପ୍ରମରାଜ ପଧାନ, କୁମର ପଧାନ ପ୍ରମୁଖ ସ୍ଥାନୀୟ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri