ନିବେଶକ ହରାଇଲେ ୧.୮୪ ଲକ୍ଷ କୋଟି

ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର ବଜାରରେ ଦେଖିବାକୁ ମିଳିଛି। ଏହି କାରଣରୁ ସପ୍ତାହର ତୃତୀୟ ଦିନ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଓ ଏନ୍‌ଏସଇ ନିଫ୍ଟିରେ ବ୍ରେକ୍‌ ଲାଗିଛି। ବୁଧବାର ସେନ୍‌ସେକ୍ସ ୫୦୩.୬୨ପଏଣ୍ଟ ହ୍ରାସ ପାଇ ୩୮,୫୯୩.୫୨ ଓ ନିଫ୍ଟି ୧୪୮ ପଏଣ୍ଟ ହ୍ରାସ ପାଇ ୧୧,୪୪୦.୨୦ରେ ବନ୍ଦ ହୋଇଛି। ଫଳରେ ଗୋଟିଏ ଦିନରେ ନିବେଶକ ପ୍ରାୟ ୧.୮୪ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ମଙ୍ଗଳବାର ବିଏସ୍‌ଇରେ ତାଲିକାଭୁକ୍ତ ମୋଟ କମ୍ପାନୀଙ୍କ ମାର୍କେଟ କ୍ୟାପ୍‌ ୧,୪୮,୭୩,୨୪୭.୧୮ କୋଟି ଟଙ୍କା ରହିଥିଲା ବେଳେ ବୁଧବାର ଏହା ହ୍ରାସ ପାଇ ୧,୪୬,୮୮,୩୯୮.୬୬ କୋଟି ଟଙ୍କା ରହିଥିଲା। ଆଇଟି ସେକ୍ଟରକୁ ଛାଡ଼ି ଦେଲେ ଅନ୍ୟ ସମସ୍ତ ସେକ୍ଟର ଶେୟାରରେ ବିକ୍ରି ପରିଲକ୍ଷିତ ହୋଇଥିଲା। ବିଶେଷଜ୍ଞଙ୍କ କହିବାନୁଯାୟୀ, ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଅଣାଯିବା ଯୋଗୁ ଆମେରିକା ସମେତ ବିଶ୍ୱର ବିଭିନ୍ନ ଷ୍ଟକ୍‌ ଏକ୍ସଚେଞ୍ଜରେ ଅସ୍ଥିରତା ଦେଖିବାକୁ ମିଳିଥିଲା। ଏହାର ପ୍ରଭାବ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜରେ ମଧ୍ୟ ଅନୁଭୂତ ହୋଇଥିଲା। ଏହାଛଡ଼ା ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଭାରତର ଜିଡିପି ଅଭିବୃଦ୍ଧି ହାର ଅନୁମାନକୁ ଚଳିତ ଆର୍ଥିକ ବର୍ଷ ଲାଗି ୬.୫%କୁ ହ୍ରାସ କରିବା ପରେ ନିବେଶକ ଶେୟାର ବିକ୍ରି କରି ପୁଞ୍ଜି ଫେରାଇ ନେବାକୁ ଉଚିତ ମଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri