Posted inଜାତୀୟ

‘ନିବେଶ ଲାଗି ଭାରତ ସବୁଠୁ ଅନୁକୂଳ’

ଧର୍ମଶାଳା(ହି.ପ୍ର.),୮-୧୧(ପି.ଟି.):ପୁଞ୍ଜିନିବେଶ ଲାଗି ଭାରତ ଏବେ ସବୁଠୁ ଅନୁକୂଳ ଲକ୍ଷ୍ୟସ୍ଥଳ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ୨୦୧୪ରୁ ୨୦୧୯ ମଧ୍ୟରେ ବିଶ୍ୱ ଇଜ୍‌ ଅଫ୍‌ ଡୁଇଙ୍ଗ ବିଜ୍‌ନେସ (ବ୍ୟବସାୟ ଲାଗି ସହଜ ବ୍ୟବସ୍ଥା) ସୂଚକାଙ୍କରେ ଭାରତ ୭୯ ସ୍ଥାନ ଉପରକୁ ଉଠିପାରିଛି। ଶିଳ୍ପ ସଂସ୍ଥା ଲାଗି ତୃଣମୂଳ ସ୍ତରର ଆବଶ୍ୟକତାକୁ ହୃଦୟଙ୍ଗମ କରି ସରକାର ନିଷ୍ପତ୍ତି ନେଉଥିବାରୁ ପ୍ରତିବର୍ଷ ଏହି ର଼୍ୟାଙ୍କ୍‌ରେ ଉନ୍ନତି ଘଟୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିସହିତ ଭାରତରେ ବ୍ୟବସାୟ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିଛି। ଆମେ ଅର୍ଥନୀତିର ମୌଳିକତାକୁ ଦୁର୍ବଳ ହେବାକୁ ଦେଉ ନ ଥିବାରୁ ଭାରତ ଅର୍ଥନୀତିରେ ସୁଦୃଢ଼ ହୋଇପାରିଛି।
ପୁରୁଣା ଆଇନକୁ ରଦ୍ଦ କରିବା, ନିବେଶକମାନଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଆଦି ଏକାଧିକ ଆର୍ଥିକ ସଂସ୍କାର ନୀତି ଗତ କିଛି ବର୍ଷ ମଧ୍ୟରେ ଗ୍ରହଣ କରାଯାଇଛି। ବ୍ୟବସାୟରେ ଇନ୍ସପେକ୍ଟର ରାଜ୍‌କୁ ହଟାଇଦିଆଯାଇଛି। ଏବେ ରାଜ୍ୟ ଅନୁମତିକୁ ଗୁରୁତ୍ୱ ଦିଆଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
୨୦୨୫ ସୁଦ୍ଧା ଭାରତକୁ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥାରେ ପହଞ୍ଚାଇବାକୁ ହେଲେ ପ୍ରତ୍ୟେକ ରାଜ୍ୟ ଓ ଜିଲାର ସହଯୋଗ ଆବଶ୍ୟକ ବୋଲି ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି। ହିମାଚଳପ୍ରଦେଶକୁ ପୁଞ୍ଜି ଆକୃଷ୍ଟ କରିବା ଲାଗି ଦୁଇଦିନିଆ ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦ୍‌ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ପ୍ରତି ରାଜ୍ୟ ଓ ଜିଲା ସେମାନଙ୍କ ସାମର୍ଥ୍ୟ ବଳରେ ଲକ୍ଷ୍ୟ ହାସଲ ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇପାରିବେ। ପୂର୍ବ ଅବସ୍ଥା ଏବେ ନାହିଁ। ବର୍ତ୍ତମାନ ରାଜ୍ୟଗୁଡ଼ିକ ପୁଞ୍ଜି ଆକୃଷ୍ଟ କରିବା ଲାଗି ପରସ୍ପର ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ହିମାଚଳପ୍ରଦେଶରେ ପର୍ଯ୍ୟଟନ, ଔଷଧ ଓ ଅନ୍ୟ ସେକ୍ଟରରେ ପୁଞ୍ଜିନିବେଶ ଲାଗି ପର୍ଯ୍ୟାପ୍ତ ସୁଯୋଗ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ହିମାଚଳପ୍ରଦେଶ ସରକାର ଅନେକ ଉଲ୍ଲେଖନୀୟ ପଦକ୍ଷେପ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଏହାର ଉଚ୍ଚ ପ୍ରଶଂସା କରିଥିଲେ। ଏହି ସମ୍ମିଳନୀରେ ୨୦୦ ଅନ୍ତର୍ଜାତୀୟ ପ୍ରତିନିଧିଙ୍କ ସମେତ ୧୭୦୦ରୁ ଅଧିକ ବ୍ୟବସାୟ ପ୍ରତିନିଧି ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri