ନିମପତ୍ରରେ ଦେଶୀ ମାସ୍କ

ରାଞ୍ଚି: କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ ପିନ୍ଧିବା ହେଉଛି ସୁରକ୍ଷା କବଚ। ସେଥିଲାଗି ପିଲାଠୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ମାସ୍କ ବ୍ୟବହାର କରୁଛନ୍ତି। କିନ୍ତୁ ସବୁଠୁ ଅଲଗା ହେଉଛି ଝାଡ଼ଖଣ୍ଡ ଦେବଘର ଅଞ୍ଚଳରେ ରହୁଥିବା ଆଦିବାସୀ ମହିଳମାାନେ। ଏହି ମହିଳାମାନେ କ୍ଲିନିକାଲ ମାସ୍କ ତିଆରିର ଏକ ନୂଆ ବିକଳ୍ପ ପ୍ରସ୍ତୁତ କରିଛନ୍ତି। ସେମାନେ ନିମପତ୍ରରେ ମାସ୍କ ତିଆରି କରି ମୁହଁରେ ପିନ୍ଧୁଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ନିମପତ୍ରରେ ବହୁ ଔଷଧୀୟ ଗୁଣ ରହିଛି। ତେଣୁ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ନିମପତ୍ରରେ ତିଆରି ମାସ୍କ ବହୁତ ଉପକାରୀ। ଏବେ ଫସଲ ଅମଳ ସମୟ। କ୍ଷେତକୁ ତ ଯିବାକୁ ପଡ଼ିବ। ଗରିବ ହୋଇଥିବାରୁ ସବୁବେଳେ ବ୍ୟୟବହୁଳ ସହରୀ ମାସ୍କ ତ ପିନ୍ଧିପାରିବୁ ନାହିଁ। ସେଥିଲାଗି ଏହାକୁ ଆପଣେଇଛୁ ବୋଲି ଜଣେ ମହିଳା କହିଛନ୍ତି। ମହିଳାମାନେ ନିଜ ହାତରେ ପୁରୁଷମାନଙ୍କ ପାଇଁ ମଧ୍ୟ ନିମପତ୍ରରେ ମାସ୍କ ତିଆରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଯେ, ମାସ୍କ ନ ଥିଲେ ଗାମୁଛା କିମ୍ବା ରୁମାଲ ବ୍ୟବହାର କରିପାରିବେ। କିନ୍ତୁ ନିମରେ ବହୁ ଔଷଧୀୟ ଗୁଣ ଥିବାରୁ ଏଥିରେ ପ୍ରସ୍ତୁତ ମାସ୍କ କରୋନା ଭୂତାଣୁ ସହ ଲଢ଼େଇ କରିପାରିବ। ଏହା ସ୍ବାସ୍ଥ୍ୟପକ୍ଷେ ବେଶ୍‌ ହିତକର ବୋଲି ଆଦିବାସୀ ମହିଳାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri