ନିମାପଡ଼ାକୁ ଫେରିଲେ ୨୪୫ ପ୍ରବାସୀ

ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ମହାମାରୀର ମୁକାବିଲା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏ ନେଇ କେତେଟା ନିୟମ କୋହଲ କରାଯାଇଥିବାବେଳେ ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ଟ୍ରେନ, ବସ୍‌ ଯୋଗେ ବହୁ ସଂଖ୍ୟାରେ ଫେରିବାରେ ଲାଗିଛନ୍ତି। ଏହି ପରିପ୍ରେକ୍ଷୀରେ ନିମାପଡ଼ା ଅଞ୍ଚଳକୁ ସୋମବାର ସୁଦ୍ଧା ୨୪୫ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଗତ ରବିବାର ଓ ସୋମବାର ପ୍ରାୟ ୬୦ଜଣ ପ୍ରବାସୀ ଗୁଜରାଟର ସୁରଟ, କୋଲକତା, କେରଳ, ହାଇଦ୍ରାବାଦ, ତେଲଙ୍ଗାନା, ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, ଅହମଦାବାଦ, ହାଇଦ୍ରାବାଦରୁ ଆସିଥିବା ଜଣାପଡ଼ିଛି। ଫେରିଥିବା ସମସ୍ତ ପ୍ରବାସୀଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଡ଼ିରେ ନେଇ ଭିଲିଗ୍ରାମ, ମିଟେଇପୁର, ବଡ଼ମାଛପୁର, ବାମନାଳ, ନୂଆସନ୍ଥ, ବାହାରେଣା, ସଲଙ୍ଗ, ବଡ଼ଶିରୁଳା, ଛଣିଜଙ୍ଗ ସମେତ ୩୦ଟି ପଞ୍ଚାୟତ ଓ ଏନଏସିର ସରକାରୀ କ୍ୱାରାଣ୍ଟାଇନଗୁଡ଼ିକରେ ରଖାଯାଇଥିବା ବିଡିଓ ମନୋଜ କୁମାର ବେହେରା କହିଛନ୍ତି। ପୁରୀରେ ଦୁଇଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବାହାର ରାଜ୍ୟରୁ ଫେରନ୍ତା ପ୍ରବାସୀଙ୍କ ପାଇଁ ପ୍ରଶାସନ ଏବେ ଚିନ୍ତାରେ ପଡ଼ିଯାଇଥିବାବେଳେ ନିମାପଡ଼ାବାସୀ ମଧ୍ୟ ଆତଙ୍କିତ ହୋଇପଡ଼ିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିମାପଡ଼ାରୁ ୧୨୧ଜଣ ପ୍ରବାସୀଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ୬୦ଜଣଙ୍କ ରିପୋର୍ଟ ନେଗେଟିଭ ଥିବାବେଳେ ବାକି ଥିବା ସ୍ବାବର ରିପୋର୍ଟ ଆସି ନ ଥିବା ବିଡିଓ ବେହେରା, ନିମାପଡ଼ା ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସାଧିକାରୀ ଡା.କ୍ଷମାନିଧି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri