Posted inପୁରୀ

ନିମାପଡ଼ା ଆମିଷ ବଜାରରେ ପ୍ରବଳ ଭିଡ଼

ନିମାପଡ଼ା,୧।୪(ଡି.ଏନ.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା ସଂକ୍ରମଣର ବିଭୀଷିକା ଦେଖାଦେଇଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଲକଡାଉନ ଘୋଷଣା କରିବା ସହ ସାମାଜିକ ଦୂରତା ବଜାୟ ରଖିବାକୁ କହିଥିଲେ ସୁଦ୍ଧା ଲୋକେ ଏହାକୁ ବେଖାତିର କରୁଛନ୍ତି। ନିମାପଡ଼ା ବ୍ଲକରେ ଅଧିକାଂଶ ଲୋକ ଆଦୌ ସଚେତନ ହେଉ ନ ଥିବା ଦେଖାଯାଇଛି। ବୁଧବାର ସ୍ଥାନୀୟ ବାରବାଟି ପଡ଼ିଆର ଆମିଷ ବଜାରରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଲୋକମାନେ ଲକଡାଉନ ବ୍ୟବସ୍ଥା ଓ ସାମାଜିକ ଦୂରତା ରକ୍ଷା ଆଦିକୁ ଅବମାନନା କରି ମାଛ, ମାଂସ କିଣିବାରେ ଲାଗିଛନ୍ତି। ବ୍ୟବସାୟୀମାନେ ମଧ୍ୟ ବେପାର ହେଉଥିବାରୁ ଲୋକଙ୍କୁ ସଚେତନ କରୁ ନାହାନ୍ତି। ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ଏ ଦିଗରେ ବାରମ୍ବାର ସଚେତନତା ସୃଷ୍ଟି କରାଯାଇଥିଲେ ମଧ୍ୟ ଲୋକେ ଏହାକୁ ମାନୁ ନାହାନ୍ତି। ତେଣୁ ସରକାରୀ ଆଇନ ଓ କଟକଣା ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri