ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନକୁ ଏଥିରୁ ବାଦ୍‌ ଦିଆଯାଇଛି । ମାତ୍ର ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନରେ ମଧ୍ୟ କିଭଳି ଅନିୟମିତତା କରାଯାଉଛି ସେଭଳି ଏକ ଘଟଣା ସାମ୍ନାକୁ ଆସିଛି । ବରଗଡ଼ରୁ ପଶ୍ଚିମବଙ୍ଗକୁ ଟ୍ରେନ ଯୋଗେ ନିମ୍ନମାନର ଚାଉଳ ଯୋଗାଇ ଦିଆଯାଉଥିବା ଧରାପଡ଼ିଛି । ମଙ୍ଗଳବାର ଏହା ଜଣାପଡ଼ିବା ପରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଏଭଳି ଅନିୟମିତତା ବିରୋଧରେ ଦୃଢ଼ କାର୍ଯାନୁଷ୍ଠାନ ନେବାକୁ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀଙ୍କଠାରେ ଦାବି ଉପସ୍ଥାପନ କରିଛନ୍ତି । ଅନ୍ୟପଟେ ଚାଉଳ ରହିଥିବା ପଣ୍ୟାଗାରର ଅଧିକାରୀ ଧୀରେନ୍ଦ୍ର କୁମାର ବିଶ୍ୱାଳଙ୍କ ଏତଲାକ୍ରମେ ଚାଉଳ ପରିବହନ ଦାୟିତ୍ୱରେ ରହିଥିବା ସଂସ୍ଥା ଯଶୋଦା ରୋଡ୍‌ ଲାଇନ୍ସ ପ୍ରୋପାଇଏଟରଙ୍କ ବିରୋଧରେ ଦଫା ୪୨୦, ୪୦୭, ୧୨୦(ବି), ୩୪ଆଇପିସି ଏବଂ ୭ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନରେ ଏକ ମାମଲା ରୁଜୁ ହୋଇଛି । ଏହା ସହିତ ସମ୍ପୃକ୍ତ ସଂସ୍ଥା ପରିବହନ କରୁଥିବା ୪୦୦ ପକେଟ୍‌ ଚାଉଳ ଏବଂ ସମ୍ପୃକ୍ତ ଟ୍ରକକୁ ପୋଲିସ୍‌ ଜବତ କରିଥିବା ବରଗଡ଼ ସଦର ଥାନା ଅଧିକାରୀ ଦିଲିପ କୁମାର ବେହେରା କହିଛନ୍ତି । ସେଥିରୁ ୧୯୮ ପକେଟ୍‌ ଚାଉଳ ଖରାପ ରହିଥିବା ସେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri