ଛତ୍ରପୁର,୧୮ା୧୨(ଡି.ଏନ.ଏ)- ବେଗୁନିଆପଡ଼ା ବ୍ଲକର ଗର୍ଭବତୀ, ଶିଶୁଙ୍କୁ ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ ଘଟଣା ଭିନ୍ନମୋଡ ନେଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ କମିଟି ବେଗୁନିଆପଡା ବ୍ଲକକୁ ଛତୁଆ ଯୋଗାଣ ଦାୟିତ୍ୱ ଦିଆଯାଇଥିବା ଖଲ୍ଲିକୋଟ ବ୍ଲକର ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚଜି)ର ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ଯାଇ ତଦନ୍ତ କରିଛନ୍ତି। ତେବେ ଉକ୍ତ କମିଟି ଏ ଯାଏ ରିପୋର୍ଟ ଦାଖଲ କରିନି। ରିପୋର୍ଟ ଦାଖଲ ପରେ ଜିଲାପାଳ କିଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ତାହାକୁ ଅପେକ୍ଷା କରାଯାଇଛି। ଅନ୍ୟପକ୍ଷରେ କମିଟି ତଦନ୍ତ କରୁଥିବା ବେଳେ ଉକ୍ତ ଏସଏଚଜି ପକ୍ଷରୁ ଷ୍ଟୋରରୁମ୍କୁ ଦେଖାଯାଇ ନ ଥିବା ଜଣାପଡିଛି। ଯାଞ୍ଚ କମିଟିରେ ଆସିକା, ହିଞ୍ଜିଳି, ଛତ୍ରପୁର, ପୁରୁଷୋତ୍ତମପୁର ଓ ଭଞ୍ଜନଗର ସିଡିପିଓ ପ୍ରମୁଖ ଥିଲୋ ଜିଲାପାଳଙ୍କ ନିର୍ଦ୍ଦେଶରେ ଉକ୍ତ ଏସଏଚଜିକୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ ତାରିଖରେ ରାଜ୍ୟ ବିଧାନସଭା ଗୃହ କମିଟି (ମହିଳା ଓ ଶିଶୁ କଲ୍ୟାଣ) ୨ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଲକର ଅଙ୍ଗନୱାଡି କେନ୍ଦ୍ର ଓ ଛତୁଆ ପ୍ରସ୍ତୁତି କେନ୍ଦ୍ର ପରିଦର୍ଶନ କରିଥିଲେ। ପରେ ନଭେମ୍ବର ୫ରେ କମିଟିର ଅଧ୍ୟକ୍ଷା ତଥା ଚିକିଟି ବିଧାୟିକା ଉଷାଦେବୀ ଏବଂ ଅନ୍ୟ ବିଧାୟିକାମାନେ ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ସମୀକ୍ଷା ବୈଠକ କରିଥିଲେ। ବେଗୁନିଆପଡା ବ୍ଲକକୁ ଖଲ୍ଲିକୋଟ ବ୍ଲକର ଦାୟିତ୍ୱରେ ଥିବା ମହିଳା ସଂଘ ଛତୁଆ ଯୋଗାଉଛି। ଯାହାକି ଅତ୍ୟନ୍ତ ନିମ୍ନମାନର ବୋଲି କମିଟି କହିବା ସହ ଉକ୍ତ ଛତୁଆର ନମୁନା ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଜିଲାପାଳ ଉକ୍ତ ଛତୁଆ ଖାଇବା ପରେ କାରଣ ଦର୍ଶାଅ ନୋଟିସ୍ ଜାରି କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

