ନିମ୍ନମାନର ପୋଷାକ ବିତରଣକୁ ବିରୋଧ

ବଡ଼ସାହି,୨୦ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ହରିପୁର ଉନ୍ନିତ ଉପ୍ରା ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୋଷାକ ଓ ଜୋତା ବିତରଣକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଛି ା ନିମ୍ନମାନର ପୋଷାକ ଓ ଜୋତାକୁ ସ୍କୁଲ ଚେୟାରମ୍ୟାନ ବିତରଣ କରୁଥିବା ଜଣାପଡିବା ପରେ ଅଭିଭାବକ ଓ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ। ଏ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ କିମ୍ବା ପରିଚାଳନା କମିଟିର ଅନ୍ୟ ସଦସ୍ୟମାନେ ଜାଣି ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଥିଲା ା ପୋଷାକ ଓ ଜୋତା ଫେରାଇ ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ଅଭିଭାବକଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀରେ ୨୫୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି ା ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଦୁଇ ହଳ ପୋଷାକ, ହଳେ ଲେଖାଏଁ ଜୋତା ଓ ମୋଜା ପ୍ରଦାନ କରିବା ପାଇଁ ପରିଚାଳନା କମିଟିର ଚେୟାରମ୍ୟାନ ସ୍କୁଲକୁ ଆଣିଥିଲେ ା ମାତ୍ର ସେହି ଜିନିଷ ଗୁଡିକର ମାନ ଅତି ନିମ୍ନମାନର ହୋଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା ା ଖବର ପ୍ରଚାରିତ ହେବା ପରେ ଅଭିଭାବକ ଓ ଗ୍ରାମବାସୀ ସ୍କୁଲରେ ପହଞ୍ଚି ପୋଷାକ ଓ ଜୋତା ଗୁଡିକ ଦେଖି ପାଟିତୁଣ୍ଡ କରିଥିଲେ ା ତେବେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନ ଜଣାଇ ମନୋମୁଖି ଭାବେ ଏପରି ଜିନିଷ କିଣାଯାଇଥିବାରୁ ଅଭିଭାବକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ସ୍କୁଲ ଖୋଲିବା ସମୟରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ପରିସରରେ ଉତ୍ତେଜନା ଲାଗି ରହିଥିଲା। ତେବେ ବଣ୍ଟନ ପାଇଁ ଆସିଥିବା ପୋଷାକ ଓ ଜୋତା ଫେରାଇ ଦିଆଯିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷେ ପରିଚଳାନା କମିଟିର ଉପସଭାପତି ସୁକାନ୍ତ ପରମାଣିକ ଓ ସମସ୍ତ ସଦସ୍ୟ ସମସ୍ୟା ସମ୍ପର୍କରେ ଆଲୋଚନା କରି ଉନ୍ନତମାନର ପୋଷାକ ଓ ଜୋତା କିଣାଯାଇ ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନେଇଥିବା ଜଣାପଡିଛି। ଏଥିନେଇ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରାଣୀ ଦେଈ କୁହନ୍ତି, ପରିଚାଳନା କମିଟିର ଚେୟାରମ୍ୟାନ ଏହି ଜିନିଷ ଗୁଡିକ ଆଣିଥିଲେ। କିଣାଯାଇଥିବା ଜିନିଷର ମାନ କିପରି ରହିଛି ତାହା ମୁଁ ଜାଣି ନାହିଁ ା ଚେୟାରମ୍ୟାନ ସୁରଥ ବଧୁକ କୁହନ୍ତି, ପୋଷାକ ଓ ଜୋତା କିଣାରେ ଯେଉଁ ସଂସ୍ଥା ଅଧିକ ପିସି ପ୍ରଦାନ କରିବ ସେହି ସଂସ୍ଥା ଠାରୁ ସମସ୍ତ ଜିନିଷ କିଣାଯାଇ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଛନ୍ତି ା ସ୍କୁଲ ପରିଚାଳନାରେ ତ୍ରୁଟିରେ ସୁଧାର ଆଣିବା ପାଇଁ କମିଟି ଗଠନ କରାଯାଉଛି ା ମାତ୍ର କୋମଳମତି ଛାତ୍ରୀଛାତ୍ରଙ୍କ ପୋଷାକ ଓ ଜୋତା କିଣାରେ ପିସି କାରବାର, ମଧ୍ୟାହ୍ନ ଭୋଜନରେ ଅନିୟମିତତା ଓ ବିଦ୍ୟାଳୟକୁ ଆସୁଥିବା ଅର୍ଥକୁ ହଡପ କରି ଶିକ୍ଷାର ମାନକୁ ହ୍ରାସ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଉପସ୍ଥାନ କମିବ ବୋଲି ଅଭିଭାବକ ଲକ୍ଷ୍ମୀ ବଧୁକ, ଲାଲ ମୋହନ ସିଂ, ହେମନ୍ତ ଓଝା, ଅଜିତ ମହାକୁଡ, ଆକୁଳ ବାଡିକ, ସଞ୍ଜୁଲତା ସିଂ ପ୍ରମୁଖ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri