ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌ ପରିମାଣର ସିମେଣ୍ଟ ଓ ଚିପ୍ସ ଦିଆ ନ ଯାଇ ବାଲି ପରିମାଣକୁ ବୃଦ୍ଧି କରାଯାଇ ରାସ୍ତାକାମ ଚାଲୁଥିବା ଉକ୍ତ ଭିଡିଓରୁ ଜଣାଯାଇଛି। ଅଭିଯୋଗ ଅନୁଯାୟୀ, ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଗ(ଆର୍‌ଡି) ଅଧୀନରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବାଘୁଆପାଳଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ୮ କି.ମି. ୬ ମିଟର ରାସ୍ତା ପାଇଁ ୩ କୋଟି ୮ ଲକ୍ଷ ୯୧ ହଜାର ଟଙ୍କା ବ୍ୟୟ ଅଟକଳ ରହିଛି ା ଏହାର ଚୁକ୍ତି ଅବଧି ୫ବର୍ଷ ରହିଥିବା ବେଳେ ରକ୍ଷଣାବେକ୍ଷଣ ପାଇଁ ୨୧ଲକ୍ଷ ୩୭ ହଜାର ଟଙ୍କା ରହିଛି। ଠିକାଦାରଙ୍କ ଦ୍ୱାରା କରାଯାଉଥିବା କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ବେଳେ ଏଷ୍ଟିମେଟ ଅନୁଯାୟୀ କାର୍ଯ୍ୟ ହେଉ ନ ଥିବା ଜଣାଯାଇଛି। ରାସ୍ତା ଉପରେ ସାଢ଼େ ୬ ଇଞ୍ଚର ପକ୍କା ଢଳେଇ ହେବାର ନିୟମ ଥିବା ବେଳେ ଠିକାଦାର ୪ରୁ ୫ ଇଞ୍ଚ ମଧ୍ୟରେ କରୁଛନ୍ତି। ଢଳେଇରେ ୨୦ ଏମ୍‌ଏମ୍‌ ଚିପ୍ସ ଦେବା ସ୍ଥାନରେ ୧୦ ଏମ୍‌ଏମରେ କାମ ହେଉଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରେ ୨ଫୁଟ ଗଭୀର ମଧ୍ୟରୁ କଂକ୍ରିଟ ନିର୍ମାଣ କରିବାକୁ ଥିବା ବେଳେ ମାତ୍ର ୬ ଇଞ୍ଚର ୱାଲ୍‌ ନିର୍ମାଣ କରାଯାଉଛି। କମ୍‌ ପରିମାଣର ସିମେଣ୍ଟ ଦେଇ ଅଧିକ ମାତ୍ରାରେ ବାଲି ମିଶାଇ କାର୍ଯ୍ୟ କରାଯାଉଥିବା ଭାଇରାଲ ଭିଡିଓରୁ ଜଣାପଡିଛି ା ବିଭାଗୀୟ କେତେକ ଅଧିକାରୀଙ୍କ ସଲାସୁତରାରେ ଏଭଳି ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି। ଏ ସମ୍ପର୍କରେ ସମିତି ସଭ୍ୟ ପ୍ରକାଶ କରମହାପାତ୍ର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀଯନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ା ସହକାରୀ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାରୁ ସେ ନିର୍ମାଣ କାର୍ଯ୍ୟର ତଦନ୍ତ କରିବେ ବୋଲି କହିଛନ୍ତି। ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟରେ ସ୍ବଚ୍ଛତା ଆଣିବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri