ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା

ନୂଆଗାଁ,୧୯।୬ (ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ନିର୍ମାଣ କାର୍ଯ୍ୟ ଟେଣ୍ଡର ମାଧ୍ୟମରେ ଠିକାଦାରଙ୍କୁ ଦେଇ ତାହାର ତଦାରଖ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ପ୍ରଦାନ କରିଯାଇଛି । କିନ୍ତୁ ଅନେକ ସ୍ଥାନରେ ତାହାର ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର କରାଯାଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ସେ ସବୁ ପ୍ରତି ଧ୍ୟାନ ଦେଉ ନାହାନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ , ବିଭାଗୀୟ ମନ୍ତ୍ରୀ , ଜିଲାପାଳ, ସ୍ଥାନୀୟ ବିଧାୟକଙ୍କୁ ଅଭିଯୋଗ ପତ୍ର ଦେଇଛନ୍ତି ନୂଆଗାଁ ବ୍ଲକ କୋରଡା ପଞ୍ଚାୟତର ରକ୍ତପଟା, ମୀନାଗାଡିଆ, ଟୁଣିଆପଡା ଓ ବେଲବଣିବାସୀ । ରକ୍ତପଟାଠାରୁ ମୀନାଗାଡିଆ ରାସ୍ତା ନିର୍ମାଣ ପାଇଁ ଲଗାଯାଇଥିବା ସୂଚନା ଫଳକ ଅନୁସାରେ ନିର୍ମାଣ ହେବାକୁଥିବା ୩.୨୦୦ କିମି ମଧ୍ୟରୁ ୨.୧୩୫ ରାସ୍ତା ପିଚୁ ଏବଂ ୧.୦୬୫ କି.ମି କଂକ୍ରିଟ କରାଯିବା ସହ ସେଥିରେ ୧୧ଟି ପୋଲ ନିର୍ମାଣ କରିବାର ନିର୍ଦ୍ଦେଶ ରହିଛି । ସେହି ସବୁ କାର୍ଯ୍ୟ ପାଇଁ ୧୫୦. ୧୧ ଲକ୍ଷ ଟଙ୍କା ଅନୁଦାନ ଦେବା ସହ ରାସ୍ତା ନିର୍ମାଣ କାର୍ଯ୍ୟ ୨୮ା୫ା୨୦୧୮ଠାରୁ ଆରମ୍ଭ କରି ୨୭ା ୦୨ ା୨୦୧୯ରେ କାର୍ଯ୍ୟ ଶେଷ କରିବାର ନିର୍ଦ୍ଦେଶ ଥିବା ବେଳେ ଅଦ୍ୟାବଧି ଅଧା କାମ ହୋଇ ନଥିବା ଦେଖିବାକୁ ମିଳିଛି । ସୂଚନା ଫଳକରେ ୧୧ଟି ପୋଲ ନିର୍ମାଣର ସୂଚନା ଦିଆଯାଇଥିବା ବେଳେ ୬ଟି ନୂଆ ପୋଲ ନିର୍ମାଣ କରି ଗୋଟିଏ ପୁରୁଣା ପୋଲକୁ ମରାମତି କରାଯାଇଛି । ଆବଶ୍ୟକ ପରିମାଣର ସାମଗ୍ରୀ ଲଗାଯାଉ ନାହିଁ। ପିଚୁ ପକାଇବାର ଦୁଇଦିନ ପରେ ପିଚୁ ସବୁ ଉଠି ଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ନିମ୍ନମାନର କାମ ବିଷୟରେ ଆରଡି ଏସଡିଓ ନାରାୟଣ ମୁର୍ମୁଙ୍କୁ ପଚାରିବାରେ କାମ ଠିକ ଚାଲିଛି ଏବଂ ଯେତିକି ପିଚୁ ପଡିଛି ମୋ ଉପସ୍ଥିତିରେ ପଡିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri