ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ଅନୁଗୋଳ ଅଫିସ, ୨୦ା୧୦

ଅନୁଗୋଳ ପୌରପାଳିକାରେ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯୋଗ୍ୟତା ନ ଥିବା କେତେଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ଅଭିଯୋଗ ପରେ ଜିଲାପାଳ ଉକ୍ତ ଫାଇଲ ମଗାଇ ଅନୁଧ୍ୟାନ କରୁଥିବା ଜଣାପଡ଼ିଛି।
ଅଭିଯୋଗ ଅନୁଯାୟୀ, ପୌରପାଳିକାର ୨୧ଟି ୱାର୍ଡ ପାଇଁ ୧୮ ଜଣ ସ୍ବଚ୍ଛସାଥୀ ଓ ୪ ଜଣ ସୁପରଭାଇଜରଙ୍କୁ ମନୋନୀତ କରାଯାଇଥିଲା। ସ୍ବଚ୍ଛସାଥୀ ପାଇଁ ଯୁକ୍ତ ୨ ସହ ଅନ୍ୟାନ୍ୟ ପ୍ରମାଣପତ୍ର ଥିବା ଆବେଦନକାରୀ ଆବେଦନ କରିପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଥିଲା। ସୁପରଭାଇଜର ପାଇଁ ଯୋଗ୍ୟତା ସ୍ନାତକ ରଖାଯାଇଥିଲା। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏସ୍‌ଓପି ଅନୁସରଣ କରି ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ମୋଟ ୭୦ ଆବେଦନକାରୀଙ୍କ ମଧ୍ୟରୁ ୪୦ ଜଣ ପୌରପାଳିକା ଅଧୀନରେ ଥିବା ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ନେଇ ନିଯୁକ୍ତି ପ୍ରକ୍ରିୟା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୮ ଜଣ ସ୍ବଚ୍ଛସାଥୀ ଓ ୪ ଜଣ ସୁପରଭାଇଜର ଭାବେ ମନୋନୀତ ହୋଇଥିଲେ। କିନ୍ତୁ ୧୮ ଜଣ ସ୍ବଚ୍ଛସାଥୀଙ୍କୁ ତୁରନ୍ତ ନିଯୁକ୍ତି ଦିଆଯାଇଥିବାବେଳେ ୪ ଜଣ ସୁପରଭାଇଜରଙ୍କୁ ଅଦ୍ୟାବଧି ନିଯୁକ୍ତି ଦିଆଯାଇନାହିଁ। ଏପରିକି ନିଯୁକ୍ତି ତାଲିକାରେ ୧ ନମ୍ବରରେ ଥିବା ସୁପରଭାଇଜରଙ୍କୁ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ଦିଆଯାଇଛି। କେବଳ ଜଣେ ନୁହେଁ ଅନ୍ୟ ଜଣଙ୍କୁ ମଧ୍ୟ ବାଦ୍‌ ଦିଆଯାଇଥିବା କେତେଜଣ ଆବେଦନକାରୀ ଅଭିଯୋଗ ଆଣିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୁଇ ଜଣ ମହିଳା ସ୍ବଚ୍ଛସାଥୀ ହୋ ହାଲ୍ଲା କରିଥିବା ଆଲୋଚନା ହେଉଛି। ଏ ସମ୍ପର୍କରେ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, ମୁଁ ଆସିବା ପୂର୍ବରୁ ଏହି ନିଯୁକ୍ତି ହୋଇଛି। ଅଭିଯୋଗ ଆସିବା ପରେ ଜିଲାପାଳ ଉକ୍ତ ଫାଇଲ ମଗାଇ ଯାଞ୍ଚ କରୁଛନ୍ତି। ଜିଲାପାଳଙ୍କ ନିକଟରୁ ଫାଇଲ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri