ନିଯୁକ୍ତି, ଥଇଥାନ ଦାବିରେ ଖଣି ବନ୍ଦ ଆନ୍ଦୋଳନ

ତାଳଚେର,୨୪ା୧୦(ନି.ପ୍ର.) – ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବିରେ ତାଳଚେର ବ୍ଲକ ଗୋପାଳପ୍ରସାଦ ପଞ୍ଚାୟତ ମଲ୍ଲୀବନ୍ଧ ଗ୍ରାମବାସୀ ବୁଧବାର ଏମ୍‌ସିଏଲ୍‌ର ଏଠାରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଖଣି ବନ୍ଦ ଆନ୍ଦୋଳନ କରିଥିଲେ। ଆନ୍ଦୋଳନକାରୀ ଖଣିର ଟାଇମ୍‌ ଅଫିସ, ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ଶାଳବଣିଆସ୍ଥିତ ପରିବହନ ରାସ୍ତା ଅବରୋଧ କରିବାରୁ କୋଇଲା ଉତ୍ପାଦନ ଓ ପରିବହନ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ୧୯୯୪ରେ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ଦ୍ୱାରା ମଲ୍ଲୀବନ୍ଧ ଗ୍ରାମ ଅଧିଗ୍ରହଣ କରାଯାଇଥିଲେ ମଧ୍ୟ ୮୦ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ଅଦ୍ୟାବଧି ନିଯୁକ୍ତି ଓ ଥଇଥାନ କରାଯାଇ ନାହିଁ। ଏ ନେଇ ବାରମ୍ବାର ଖଣି କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରାଯାଇଛି। କିନ୍ତୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ପୂର୍ବରୁ ନିଯୁକ୍ତି ପାଇଥିବା ଜମିହରାମାନେ ଘର ଭାଙ୍ଗିବା ପାଇଁ ଆବଶ୍ୟକ ସତ୍ୟପାଠ ଦାଖଲ କରିଥିବା ବେଳେ ବର୍ତ୍ତମାନ ସମସ୍ତ ଜମିହରା ପ୍ରଜା ବାସଗୃହ ଭାଙ୍ଗି ସାରିଲା ପରେ ନିଯୁକ୍ତି ପ୍ରଦାନ କରାଯିବ ବୋଲି ଖଣି କର୍ତ୍ତୃପକ୍ଷ କହୁଛନ୍ତି। ଏହା ଖଣି କର୍ତ୍ତୃପକ୍ଷଙ୍କ ପାତରଅନ୍ତର ନୀତି ବୋଲି ଗ୍ରାମବାସୀ କହିଛନ୍ତି। ଏହାର ପ୍ରତିବାଦରେ ଗ୍ରାମ ସଭାପତି ବଗାଧର ଗଡନାୟକ, ଜନାର୍ଦ୍ଦନ ମହାନ୍ତି, ସୌମ୍ୟ ମହାନ୍ତିଙ୍କ ନେତୃତ୍ୱରେ ଗ୍ରାମବାସୀଙ୍କ ପକ୍ଷରୁ ଖଣି ବନ୍ଦ ଆନ୍ଦୋଳନ କରାଯାଇଥିଲା। ସମସ୍ୟାର ସମାଧାନ ନିମନ୍ତେ ହିଙ୍ଗୁଳା ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ପରିସରରେ ଖଣି କର୍ତ୍ତୃପକ୍ଷ, ସ୍ଥାନୀୟ ପୋଲିସ ପ୍ରଶାସନ ଓ ସହକାରୀ ଜିଲାପାଳ ଗୌରୀ ନାଏକଙ୍କ ଉପସ୍ଥିତିରେ ଗ୍ରାମବାସୀଙ୍କୁ ନେଇ ସମାଧାନ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ସମସ୍ୟାର ସମାଧାନ ହେବ ବୋଲି ଖଣି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବାରୁ ଅପରାହ୍ନରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri