ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍‌ ବିଜୟ

ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ ଓ ପ୍ରାକ୍ତନ ମନ୍ତ୍ରୀ ପଦ୍ମନାଭ ବେହେରା ବୀରମହାରାଜପୁର ବିଧାନସଭା ଆସନରୁ ହ୍ୟାଟ୍ରିକ୍‌ ବିଜୟ ଲାଭ କରିଛନ୍ତି। ନିରଞ୍ଜନ ୨୫ହଜାର ୭୨୬ଖଣ୍ଡ ଭୋଟ ବ୍ୟବଧାନରେ ଭାଜପାର ଅଶୋକ କୁମାର ପୂଜାରୀଙ୍କୁ ଓ ପଦ୍ମନାଭ ୧୩ ହଜାର ୭୧ ଖଣ୍ଡ ଭୋଟ ବ୍ୟବଧାନରେ ଭାଜପାର ଇଂ ରଘୁଦାଥ ଜଗଦଲାଙ୍କୁ ପରାସ୍ତ କରିଛନ୍ତି। ନିର୍ବାଚନ ଫଳାଫଳ ଅନୁଯାୟୀ ବିଜୁ ଜନତା ଦଳର ନିରଞ୍ଜନ ପୂଜାରୀ ୯୯, ୦୭୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ଅଶୋକ ପୂଜାରୀ ୭୩, ୩୪୭ ଖଣ୍ଡ, ଭାରତୀୟ ଜାତୀୟ କଂଗ୍ରେସର ଚିତ୍ତରଞ୍ଜନ ମିଶ୍ର ୨୩, ୩୨୬ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ବୀରମହାରାଜପୁରରେ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ୬୫,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ରଘୁନାଥ ଜଗଦଲା ୫୨,୧୨୦ ଓ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିନୋଦ କୁମାର ପାତ୍ର ୪୦, ୭୩୦ ଖଣ୍ଡ ଭୋଟ ପାଇଛନ୍ତି। ଶାନ୍ତିଶୃଙ୍ଖଳାର ସହିତ ଗୁରୁବାର ସୋନପୁରରେ ୪୬ଟି ପର୍ଯ୍ୟାୟରେ ନିର୍ବାଚନ ମଣ୍ଡଳୀର ୩୧୯ଟି ବୁଥ୍‌ର ଓ ବୀରମହାରାଜପୁରରେ ୩୯ଟି ପର୍ଯ୍ୟାୟରେ ୨୬୭ଟି ବୁଥ୍‌ର ଭୋଟ ଗ୍ରହଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri