ନିରନ୍ତର ଏଲ୍‌ପିଜି ଯୋଗାଣ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନର ଲକ୍‌ଡାଉନ ସମୟରେ ଲୋକଙ୍କ ନିକଟରେ ନିରନ୍ତର ଏଲ୍‌ପିଜି ଯୋଗାଣ ଦିଗରେ ଦେଶର ତୈଳ ବିପଣନ କମ୍ପାନୀଗୁଡ଼ିକ ଫୋକସ ରଖିଛନ୍ତି। ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରତିନିଧିଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଲ୍‌ପିଜି ଯୋଗାଣ ସାଧାରଣ ଭାବେ ଚାଲିଛି। ଏଲ୍‌ପିଜି ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବାରୁ ଏହାକୁ ତାଲାବନ୍ଦରୁ ବାଦ୍‌ ଦିଆଯାଇଛି। ଘର ପାଖକୁ ନିରନ୍ତର ଏଲ୍‌ପିଜି ଯୋଗାଣ ଲାଗି କର୍ମଚାରୀମାନେ ନିରନ୍ତର କାର୍ଯ୍ୟ କରୁଛନ୍ତି। ଲକ୍‌ଡାଉନ ସମୟରେ ଯଥେଷ୍ଟ ପରିମାଣର ଏଲ୍‌ପିଜି ଉପଲବ୍ଧ ରହିଛି। ଏହାର କୌଣସି ଅଭାବ ନାହିଁ। ଏଣୁ ଏନେଇ କୌଣସି ଗୁଜବରେ ବିଶ୍ୱାସ ନ କରି ଆତଙ୍କିତ ହୋଇ କିଣିବାଠାରୁ ଦୂରେଇ ରହିବାକୁ କମ୍ପାନୀଗୁଡ଼ିକ ଉପଭୋକ୍ତାଙ୍କୁ ନିବେଦନ କରିଛନ୍ତି। ବିତରକଙ୍କ ପାଖରେ ଲୋକମାନେ ଆତଙ୍କିତ ହୋଇ ଗହଳି କରୁଥିବାର ଦେଖାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସହାୟତା ପାଇବାକୁ ଥିବା ହିତାଧିକାରୀ ସାମାଜିକ ଦୂରତା ନିୟମକୁ ଭାଙ୍ଗି ବିତରକଙ୍କ ପାଖରେ ଭିଡ଼ ଜମାଉଛନ୍ତି। ବିତରକଙ୍କ ପାଖକୁ ନ ଆସି ଘରେ ଥାଇ ଏସ୍‌ଏମ୍‌ଏସ୍‌ କିମ୍ବା ଆଇଭିଆର୍‌ସି ମାଧ୍ୟମରେ ଲୋକମାନେ ବୁକିଂ କରିପାରିବେ ବୋଲି କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ଜଣେ ଉଜ୍ଜ୍ୱଳା ଉପଭୋକ୍ତା ମାସକୁ ଗୋଟିଏ ସିଲିଣ୍ଡର ପାଇପାରିବେ। ଗୋଟିଏ ରିଫିଲ୍‌ ପାଇବାର ୧୫ ଦିନ ପରେ ଅନ୍ୟଟିକୁ ରିଫିଲ୍‌ କରାଇପାରିବେ। ଉଜ୍ଜ୍ୱଳାରେ ୮ କୋଟି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏପ୍ରିଲ ୨୦୨୦ର ଆଗୁଆ ଖୁଚୁରା ବିକ୍ରି ଦର ସ୍ଥାନାନ୍ତର କରାଯିବ। ଏହା କେବଳ ଏଲ୍‌ପିଜି କିଣିବା ପାଇଁ ଉଦ୍ଦିଷ୍ଟ। ଉଜ୍ଜ୍ୱଳା ହିତାଧିକାରୀଙ୍କୁ ଆଗାମୀ ୩ ମାସ ପର୍ଯ୍ୟନ୍ତ ମାଗଣା ଗ୍ୟାସ୍‌ ପ୍ରଦାନ ନେଇ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri