Posted inଖେଳ

ନିରପେକ୍ଷ ଭେନ୍ୟୁରେ ମ୍ୟାଚ ଆୟୋଜନ କରିବନି ପାକିସ୍ତାନ

ରାଓ୍ବଲପିଣ୍ଡି, ୧୦ା୧୨ (ଏଏପି)- ପାକିସ୍ତାନ ଏହାର ଅନ୍ତର୍ଜାତୀୟ ମ୍ୟାଚଗୁଡ଼ିକର ଆୟୋଜନ ଏଣିକି ନିରପେକ୍ଷ ଭେନ୍ୟୁରେ କରିବ ନାହିଁ। ଅନ୍ୟ ଦଳଗୁଡ଼ିକ କାହିଁକି ପାକିସ୍ତାନରେ ଖେଳିବେ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ଏହେସାନ ମନି ପ୍ରଶ୍ନ କରିଛନ୍ତି। ଦଶନ୍ଧି ପୂର୍ବେ ପାକିସ୍ତାନ ଅବସ୍ଥା ଯାହା ଥିଲା ବର୍ତ୍ତମାନ ତାହା ନାହିଁ। ପାକିସ୍ତାନରେ ମ୍ୟାଚ ଖେଳାଯିବାରେ କୌଣସି ସମସ୍ୟା ନାହିଁ। ସୁରକ୍ଷାଜନିତ କାରଣରୁ ବିଦେଶରୀ ଦଳ ପାକିସ୍ତାନରେ ଖେଳିବାକୁ ରାଜି ନ ଥିବାରୁ ଦେଶରେ ୧୦ ବର୍ଷ ଧରି ଟେଷ୍ଟ ମ୍ୟାଚ ଆୟୋଜନ ସମ୍ଭବ ନ ଥିଲା। ଏବେ ଶ୍ରୀଲଙ୍କା ପାକିସ୍ତାନରେ ଟେଷ୍ଟ ସିରିଜ ଖେଳୁଛି। ବୁଧବାର ପିଣ୍ଡି ଷ୍ଟାଡିୟମରେ ପ୍ରଥମ ଟେଷ୍ଟ ମ୍ୟାଚ ଆରମ୍ଭ ହେବ। ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୧୯ରୁ୨୩ ପର୍ଯ୍ୟନ୍ତ କରାଚୀରେ ଖେଳାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ ସ୍ବରୂପ ଏହି ସିରିଜ ଖେଳାଯାଉଛି। ସୂଚନାଯୋଗ୍ୟ, ୨୦୦୯ରେ ଶ୍ରୀଲଙ୍କା ଶେଷ ଦଳ ଭାବେ ପାକିସ୍ତାନରେ ଏକ ଟେଷ୍ଟ ମ୍ୟାଚ ଖେଳିଥିଲା। ସେତେବେଳେ ଲାହୋରରେ ଟିମ୍‌ ବସ୍‌ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୮ଜଣ ଲୋକ ପ୍ରାଣ ହରାଇଥିଲେ। ଟିମ୍‌ ଅଫିସିଆଲଙ୍କ ସମେତ ଶ୍ରୀଲଙ୍କାର ବହୁ ଖେଳାଳି ଆହତ ହୋଇଥିଲେ। ଏହି ଘଟଣାପରୁଠାରୁ ପାକିସ୍ତାନରେ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ରାସ୍ତା ବନ୍ଦ ହୋଇଯାଇଥିଲା। ଫଳରେ ପିସିବି ଏହାର ସମସ୍ତ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ କରି ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri