Posted inଖେଳ

ନିରପେକ୍ଷ ଭେନ୍ୟୁ ପ୍ରସ୍ତାବକୁ ପିସିବିର ଆଗ୍ରାହ୍ୟ

ଲାହୋର,୧୩।୯: ଶ୍ରୀଲଙ୍କା ଦଳର ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ ନେଇ ଅନିଶ୍ଚିତତା ଜାରି ରହିଛି। ଏହି ସିରିଜ୍‌କୁ କୌଣସି ନିରପେକ୍ଷ ଭେନ୍ୟୁରେ ଆୟୋଜନ କରିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଗ୍ରାହ୍ୟ କରିଦେଇଛି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଅଫିସକୁ ଆତଙ୍କବାଦୀ ଆକ୍ରମଣ ଧମକ ଆସିବା ପରେ ଚଳିତ ମାସରେ ହେବାକୁ ଥିବା ପାକିସ୍ତାନ ଗସ୍ତ ଉପରେ ସଙ୍କଟର କଳାବାଦଲ ଦେଖାଦେଇଛି। ଏହାପରେ ପୁଣି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବାକୁ କହିଛି ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି)। ଅନ୍ୟପକ୍ଷରେ ଏକ ରିପୋର୍ଟ ଅନୁଯାୟୀ, ପିସିବି ଏହି ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ଏହି ସିରିଜ୍‌ ନ୍ୟୁଟ୍ରାଲ ଭେନ୍ୟୁରେ ଆୟୋଜନ କରାଗଲେ ଅନ୍ତର୍ଜାତୀୟ କ୍ରିକେଟକୁ ଦେଶରେ ପୁଣି ଥରେ ଆରମ୍ଭ କରିବା ଲକ୍ଷ୍ୟରେ ପିସିବିକୁ ଶକ୍ତ ଧକ୍କା ଲାଗିବ। ଏହାର ପ୍ରଭାବ ପିଏସ୍‌ଏଲ୍‌ରେ ବିଦେଶୀ ଖେଳାଳିଙ୍କ ଉପରେ ପଡ଼ିବ। ଏଣୁ କୌଣସି ନ୍ୟୁଟ୍ରାଲ ଭେନ୍ୟୁରେ ସିରିଜ୍‌ ଖେଳାଯିବାର ପ୍ରଶ୍ନ ଉଠୁ ନାହିଁ। ଶ୍ରୀଲଙ୍କା ୩ ଦିନିକିଆ ଓ ସମାନ ସଂଖ୍ୟକ ଟି୨୦ ସିରିଜ୍‌ କରାଚୀ ଓ ଲାହୋରଠାରେ ଚଳିତ ମାସ ୨୭ରୁ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri